Posted inଜାତୀୟ

ମାତାପିତାଙ୍କ ଝଗଡ଼ା ଯୋଗୁ ରାଷ୍ଟ୍ରପତିଙ୍କୁ ଇଛାମୃତ୍ୟୁ ପାଇଁ ଚିଠି ଲେଖିରେ ନାବାଳକ ପୁତ୍ର

ପାଟନା,୧୭।୭: ଦମ୍ପତିଙ୍କ ମଧ୍ୟରେ ଝଗଡ଼ା ଯୋଗୁ ସନ୍ତାନଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ଏଠାରେ ବାସ କରୁଥିବା ଜଣେ ଛୋଟ ପିଲା ମାତାପିତାଙ୍କ ମଧ୍ୟରେ ଲାଗି ରହିଥିବା ଝଗଡ଼ାରେ ମାନସିକ ଅବସାଦଗ୍ରସ୍ତ ହୋଇ ପଡ଼ିଛନ୍ତିି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଇଛାମୃତ୍ୟୁ ପାଇଁ ଚିଠି ଲେଖିଛନ୍ତି। ନାବାଳକଙ୍କ ଚିଠି ମିଳିବା ପରେ ଏହି ଘଟଣାର ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ପିଲାଟି ଏବେ ଦେଓଘରରେ ପିତାଙ୍କ ପାଖରେ ରହୁଛି। ମାତା ପାଟନାରେ ରହୁଛନ୍ତି। ସେ ବ୍ୟାଙ୍କରେ ସହକାରୀ ମ୍ୟାନେଜର ଭାବେ କାର୍ଯ୍ୟକରୁଛନ୍ତି। ଏହା ପୂର୍ବରୁ ପିଲାଟି ୩-୪ ବର୍ଷ ବୟସ ସମୟରେ ଭାଗଲପୁରସ୍ଥିତ ହଲଗାଓଁରେ ତାଙ୍କ ବୁଢ଼ା ବାପାଙ୍କ ପାଖରେ ରହୁଥିଲେ। ତେବେ ବୁଢ଼ାବାପା ଅବସର ଗ୍ରହଣ କରିବା ପରେ ଏବେ ପିଲା ଜଣକ ନିଜ ପିତାଙ୍କ ପାଖରେ ରହୁଛନ୍ତି। ମାତାପିତାଙ୍କ ମଧ୍ୟରେ ଛାଡ଼ପତ୍ର ପାଇଁ କୋର୍ଟରେ ବିଚାର ଚାଲିଥିବା ନେଇ ପିଲା ଜଣକ ଚିଠିରେ ଉଲ୍ଲେଖ କରିଛନ୍ତି। ଏହାଦ୍ୱାରା ମାତାପିତାଙ୍କ ସ୍ନେହରୁ ବଞ୍ଚିତ ହୋଇ ସେ କଷ୍ଟରେ ଜୀବନ ବିତାଉଥିବା ଚିଠିରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri