ମାତାପିତାଙ୍କୁ ପୂଜା ମାଧ୍ୟମରେ ଭକ୍ତିର ବାର୍ତ୍ତା

ଖଇରା, ୧୭।୨(ଡି.ଏନ.ଏ.)-ପିଲାମାନଙ୍କ ମଧ୍ୟରେ ମା’ବାପାଙ୍କ ପ୍ରତି ଭକ୍ତି ଓ ସମ୍ମାନ ସୃଷ୍ଟି କରିବା ଲକ୍ଷ୍ୟରେ ଖଇରା ବ୍ଲକର ନହଙ୍ଗ ଗ୍ରାମରେ ସୃଷ୍ଟି ହୋଇଥିବା ଶ୍ରବଣ କୁମାର ସଙ୍ଗଠନ ଅଭିନବ ପ୍ରୟାସ କରିଛନ୍ତି। ଶୁକ୍ରବାର ଖଇରା ଦୁର୍ଗାମଣ୍ଡପଠାରେ ମାତା ପିତା ପୂଜନ ସହ ଏକ ସଭା ଆୟୋଜନ କରାଯାଇଥିଲା। ସଙ୍ଗଠନ ସାଧାରଣ ସମ୍ପାଦକ ଗଣେଶ ବିଶ୍ୱାଳ ଓ କୋଷାଧ୍ୟକ୍ଷ ମନୋଜ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୦ଜଣ ମା’ବାପାଙ୍କୁ ସେମାନଙ୍କର ପୁଅ ବୋହୂମାନେ ମଞ୍ଚ ଉପରେ ବସାଇ ଗୋଡ ଧୋଇବା ପରେ ଫୁଲ ଚନ୍ଦନ ଦେଇ ପୂଜା କରିଥିଲେ। ଖଇରା ବଜାରକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତି ଏହି କାର୍ଯ୍ୟକୁ ଧୈର୍ଯ୍ୟର ସହ ଦେଖିଥିଲେ ା ପରେ ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଉମେଶ ଚନ୍ଦ୍ର ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ପଣ୍ଡିତ କୃଷ୍ଣଚନ୍ଦ୍ର ପତ୍ରୀ, ଚିନ୍ତାମଣି ସାହାଣି, ଦେବେନ୍ଦ୍ର ରାଉତ, ସନାତନ ବେହେରା, ବୁଦ୍ଧିରାମ ପାଣିଗ୍ରାହୀ, କୈଳାସ ପୃଷ୍ଟି ପ୍ରମୁଖ ଅତିଥି ଭାବେ ଯୋଗଦେଇ ମାତା ପିତା ଜୀବନ୍ତ ଦେବତା। ସେମାନଙ୍କର ଆଶୀର୍ବାଦ ଅସମ୍ଭବକୁ ସମ୍ଭବ କରି ଦେଇପାରିବ ବୋଲି ଅତିଥିମାନେ ପ୍ରକାଶ କରିଥିଲେ। ବିଶିଷ୍ଟ ପ୍ରବଚକ ସୁଶାନ୍ତ ବେହେରା ନିଜ ବକ୍ତବ୍ୟରେ ବର୍ତ୍ତମାନ ଅବକ୍ଷୟମୁଖୀ ସମାଜରେ ଏଭଳି ମହତ କାର୍ଯ୍ୟରେ ଲିପ୍ତ ଥିବା ଯୁବଗୋଷ୍ଠୀଙ୍କ ଚଲାପଥ କସୁମିତ ହେବ ବୋଲି କହିଥିଲେ। ସଙ୍ଗଠନର ଉପସଭାପତି ମନମୋହନ ସ୍ବାଇଁ, ଉପଦେଷ୍ଟା କିଶୋରୀ ମୋହନ ମହାନ୍ତି, ଭାସ୍କର ମହାପାତ୍ର, ବସନ୍ତ କୁମାର ବେହେରା, ଆଲୋକ ନନ୍ଦୀ, ଶ୍ରୀକାନ୍ତ ସାହୁ, ଅଜୟ ରଥ ପ୍ରମୁଖ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri