Posted inଜାତୀୟ

ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି। ଗୁରୁବାର ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ଏକ ଜରୁରୀ ବୈଠକ ବସିଥିଲା। ଏଥିରେ ଶିବସେନାର ସମସ୍ତ ନିର୍ବାଚିତ ବିଧାୟକ ଯୋଗ ଦେଇଥିଲେ। ବୈଠକ ପରେ ବିଧାୟକମାନେ କହିଛନ୍ତି, ଦଳର ଆଗାମୀ ଋଣନୀତି ଉଦ୍ଧବ ଠାକରେ ପ୍ରସ୍ତୁତ କରିବେ। ଶିବସେନା ଦଳର ହିଁ ଜଣେ ମୁଖ୍ୟମନ୍ତ୍ରୀ ହେବେ ବୋଲି ସେମାନେ ମତ ଦେଇଛନ୍ତି। ସେହିପରି ଭାଜପା ଦଳର ନେତାମାନେ ଗୁରୁବାର ରାଜ୍ୟପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ଏବେ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ କରି ନାଗପୁର ଆସିଛନ୍ତି। ସେ ଆରଏସଏଏସ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟି ଏନେଇ ଆଲୋଚନା କରିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନରୁ ଭାଜପା ୧୦୫ଟି, ଶିବସେନା ୫୬, କଂଗ୍ରେସ ୪୪, ଏନସିପି ୫୪ ଓ ଅନ୍ୟାନ୍ୟ ଦଳ ୨୯ଟି ଆସନରେ ଜିତିଛନ୍ତି। ସରକାର ଗଢ଼ିବା ପାଇଁ ମ୍ୟାଜିକ ନମ୍ବର ୧୪୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri