Posted inଖେଳ

ମାତ୍ର ୧୭ ଦିନ ମଧ୍ୟରେ ଚତୁର୍ଥ ଅନ୍ତର୍ଜାତୀୟ ଶତକ ହାସଲ କଲେ ଗିଲ

ଅହମ୍ମଦାବାଦ୍‌,୧।୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୨୦ ଓଭରରେ ଚାରି ଉଇକେଟ୍‌ ହରାଇ ୨୩୪ ରନ ସଂଗ୍ରହ କରିଛି। ଏହି ମ୍ୟାଚ୍‌ରେ ଚମତ୍କାର ବ୍ୟାଟିଂ କରି ଶୁଭମନ ଗିଲ ଟି-୨୦ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ ହାସଲ କରିଛନ୍ତି। ୧୨ଟି ଚୌକା ଓ ୭ ଛକା ସହାୟତାରେ ୬୩ ବଲରେ ୧୨୬ ରନ୍‌ରେ ଶୁଭମନ ଅପରାଜିତ ରହିଥିଲେ।
ଗତ ୧୭ ଦିନ ମଧ୍ୟରେ ଏହା ଶୁଭମନଙ୍କ ଚତୁର୍ଥ ଅନ୍ତର୍ଜାତୀୟ ଶତକ। ଏହାପୂର୍ବରୁ ଶୁଭମାନ ଦିନିକିଆ ଫର୍ମାଟରେ ତିନି ଶତକ ସ୍କୋର କରିଛନ୍ତି। ତାଙ୍କର ମଧ୍ୟ ଏକ ଦ୍ୱିଶତକ ଅଛି। ଚଳିତ ବର୍ଷ ୧୫ ଜାନୁଆରୀରେ ଶୁଭମନ ଶ୍ରୀଲଙ୍କା ବିପକ୍ଷ ଦିନିକିଆରେ ୧୧୬ ରନ ସ୍କୋର କରିଥିଲେ ଏବଂ ୧୮ ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆରେ ୨୦୮ ରନ କରିଥିଲେ। ଜାନୁଆରୀ ୨୪ରେ ଶୁଭମନ ନ୍ୟୁଜିଲାଣ୍ଡ ବିପକ୍ଷରେ ୧୧୨ ସ୍କୋର କରିଥିଲେ। ବର୍ତ୍ତମାନ ସେ ଟି-୨୦ରେ ଏକ ଶତକ ହାସଲ କରିଛନ୍ତି।
ଅନ୍ତର୍ଜାତୀୟ ଟି-୨୦ରେ ଭାରତ ପାଇଁ ଶତକ ହାସଲ କରିବାରେ ଶୁଭମନ ହେଉଛନ୍ତି ସପ୍ତମ ବ୍ୟାଟ୍ସମ୍ୟାନ। ତାଙ୍କ ପୂର୍ବରୁ ସୁରେଶ ରାଇନା, ରୋହିତ ଶର୍ମା, କେ.ଏଲ ରାହୁଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ ଏବଂ ଦୀପକ ହୁଡା ଏହା କରିଛନ୍ତି। ଏଥି ସହିତ ସେ ଭାରତର ପଞ୍ଚମ ବ୍ୟାଟ୍ସମ୍ୟାନ ଯିଏ ତିନୋଟି ଫର୍ମାଟରେ ଶତକ ହାସଲ କରିଛନ୍ତି। ତାଙ୍କ ପୂର୍ବରୁ ରାଇନା, ରୋହିତ, ରାହୁଲ ଏବଂ କୋହଲି ଏହା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?