Posted inଖେଳ

ମାତ୍ର ୪୦ ମିନିଟ୍‌ରେ ଏହି ପାକିସ୍ତାନୀ ଖେଳାଳିଙ୍କ ହୃଦୟ ଜିତି ନେଲେ ସୌରଭ ଗାଙ୍ଗୁଲୀ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଏବଂ ପାକିସ୍ତାନ କ୍ରିକେଟ ଖେଳ ସବୁବେଳେ ରୋମାଞ୍ଚଭରା ହୋଇଥାଏ। ଦୁଇ ପ୍ରତିପକ୍ଷ ଖେଳାଳିଙ୍କ ମଧ୍ୟରେ ଖେଳ ପଡ଼ିଆ ଭିତରେ ସବୁବେଳେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଥାଏ। ତେବେ ପଡ଼ିଆ ବାହାରେ ସେମାନଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଥାଏ। ଏହା ଦୁଇଦେଶର ଖେଳାଳିଙ୍କ ଖେଳୁଆଡ଼ ମନୋବୃତ୍ତିକୁ ସୂଚିତ କରିଥାଏ। ଏଭଳି ସମ୍ପର୍କକୁ ବିଶ୍ୱବ୍ୟାପି ସମସ୍ତ ଖେଳାଳି ପସନ୍ଦ କରିଥାନ୍ତି। ସମ୍ପ୍ରତି ପାକିସ୍ତାନର ସ୍ପିନର ସାକଲିନ୍‌ ମୁସ୍ତାକ୍‌ଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ସାକଲିନ୍‌ ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲୀଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ୨୦୦୫-୦୬ରେ ସାକଲିନ୍‌ଙ୍କ ଆଣ୍ଠୁରେ ଅପରେସନ୍‌ ହୋଇଥିଲା। ପ୍ରାୟ ୩୭ ସପ୍ତାହ ସେ ହସ୍ପିଟାଲରେ ରହିଥିଲେ। ଏହାପରେ ସକ୍ସେସ୍‌ ପକ୍ଷରୁ ଏକ ମ୍ୟାଚ୍‌ ଖେଳିବାକୁ ସେ ଇଂଲଣ୍ଡ ଆସିଥିଲେ। ସେତେବେଳେ ଭାରତୀୟ ଦଳ ଇଂଲଣ୍ଡରେ ଥିଲେ। ଏହି ମ୍ୟାଚ୍‌ ଦେଖିବାକୁ ସୌରଭ ଆସିଥିଲେ। ହଠାତ୍‌ ସୌରଭଙ୍କ ନଜର ସାକଲିନ୍‌ଙ୍କ ଉପରେ ପଡ଼ିଲା। ସେ ଡ୍ରେସିଂ ରୁମ୍‌କୁ ଆସି ସାକଲିନ୍‌ଙ୍କ ସହିତ କଥାବାର୍ତ୍ତା କରିବା ସହିତ ତାଙ୍କର ସ୍ବାସ୍ଥ୍ୟ ଏବଂ ପରିବାର ସଦସ୍ୟଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ଦୀର୍ଘ ୪୦ ମିନିଟ୍‌ ଧରି ସେ କଥାବାର୍ତ୍ତା ହେବା ପରେ ଡ୍ରେସିଂ ରୁମ୍‌ରୁ ଚାଲିଯାଇଥିଲେ। ଗାଙ୍ଗୁଲୀଙ୍କ ଏଭଳି ମନୋଭାବ ସାକଲିନ୍‌ଙ୍କ ହୃଦୟକୁ ସହଜରେ ଜିଣି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri