ମାଧପୁରରେ ମାଟ୍ରିକ ପରୀକ୍ଷା ଦେଲେ ୫୩୯ ଛାତ୍ରୀଛାତ୍ର

ମାଧପୁର,୧୯।୨(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହିକ୍ରମରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଚୌରାଶୀ ଅଞ୍ଚଳର ତିନୋଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୩୯ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ମାଧପୁର ପରୀକ୍ଷା କେନ୍ଦ୍ରରେ ୨୨୪ ଜଣ ପରୀକ୍ଷା ଦେଇଥିବା ବେଳେ ପର୍ଯ୍ୟବେକ୍ଷକ ଭାବରେ ସହକାରୀ ଯୋଗାଣ ଅଧିକାରୀ ଦାଶରଥୀ ସୋରେନ ଯୋଗଦେଇ ପରିସ୍ଥିତି ଅନୁଧ୍ୟାନ କରିଥିଲେ। କେନ୍ଦ୍ର ପରିଚାଳକ ମାଧପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବରାଜ ନାୟକଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମ୍ପାଦିତ ହୋଇଥିଲା। ସେହିପରି ମାନତ୍ରୀ ପରୀକ୍ଷା କେନ୍ଦ୍ରରେ ୧୯୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ପର୍ଯ୍ୟବେକ୍ଷକ ଭାବେ ପ୍ରଗତି ସହାୟକ ବିଜୟ ନାୟକ ଯୋଗଦେଇଥିଲେ ଏବଂ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିପିନ ବିହାରୀ ସାହୁ କେନ୍ଦ୍ର ପରିଚାଳକ ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ। କିଆକଟା ପରୀକ୍ଷା କେନ୍ଦ୍ରରେ ୧୨୫ଜଣ ପରୀକ୍ଷା ଦେଇଥିଲେ। ପର୍ଯ୍ୟବେକ୍ଷକ ଭାବରେ ମଧ୍ୟମ ଜଳସେଚନ ବିଭାଗର ନିିର୍ବାହୀ ଯନ୍ତ୍ରୀ ସୁଧାକର ପଟ୍ଟନାୟକ ଏବଂ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅମିତ କୁମାର ମୁଦୁଲି କେନ୍ଦ୍ର ପରିଚାଳକ ଭାବେ ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ଆଠମଲ୍ଲିକ ଉପଜିଲାପାଳ ମାଧପୁର ଏବଂ ମାନତ୍ରୀ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିବା ବେଳେ ଆଠମଲ୍ଲିକ ବିଡିଓ ଏବଂ ତହସିଲଦାର କିଆକଟା କେନ୍ଦ୍ର ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri