ମାନବସେବାର ମୂଳଦୁଆ ପକାଇଥିଲେ ରାମକୃଷ୍ଣ, ବିବେକାନନ୍ଦ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଶ୍ରୀରାମକୃଷ୍ଣ ଏବଂ ସ୍ବାମୀ ବିବେକାନନ୍ଦ ମିଳିତ ଭାବେ ଆଧ୍ୟାତ୍ମିକତା ଉପରେ ଆଧାରିତ ମାନବସେବାର ମୂଳଦୁଆ ପକାଇଥିଲେ। ଭାରତରେ ବେଦର ଜ୍ଞାନ ଓ ପରିଭାଷା ଉପରେ ପର୍ଯ୍ୟବସିତ ଭ୍ରାତୃଭାବକୁ ପୁଣିଥରେ ଲୋକଙ୍କ ମଧ୍ୟରେ ଉଦ୍ରେକ କରିବା ସ୍ବାମିଜୀଙ୍କର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ବିବେକାନନ୍ଦଙ୍କ ଦ୍ୱାରା ପ୍ରତିଷ୍ଠିତ ହୋଇଥିବା ଏହି ଭାଇଚାରା ପରବର୍ତ୍ତୀ ସମୟରେ ଦେଶର ସ୍ବାଧୀନତା ସଂଗ୍ରାମରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ରାମକୃଷ୍ଣ ମଠ ଏବଂ ରାମକୃଷ୍ଣ ମିଶନର ଶତବାର୍ଷିକୀ ଉତ୍ସବ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଭୁବନେଶ୍ୱରସ୍ଥିତ ରାମକୃଷ୍ଣ ମିଶନ ସହରର ଏକ ପ୍ରମୁଖ ଆଧ୍ୟାତ୍ମିକ କେନ୍ଦ୍ରରେ ପରିଣତ ହୋଇପାରିଛି। ରାମକୃଷ୍ଣ ଏବଂ ସ୍ବାମୀ ବିବେକାନନ୍ଦଙ୍କ ଆଦର୍ଶରେ ପରିଚାଳିତ ହୋଇ ଏହି ମିଶନ ଶିକ୍ଷା, ସ୍ବାସ୍ଥ୍ୟ ଭଳି ବିଭିନ୍ନ ସାମାଜିକ ବିକାଶମୂଳକ କାର୍ଯ୍ୟ ସହ ସମ୍ପୃକ୍ତ ରହିଛି। ଏହି ମିଶନର ପାଠାଗାର ସହରର ଏକ ବହୁ ପୁରାତନ ପାଠାଗାରଭାବେ ପରିଗଣିତ ହୋଇଛି। ମଠ ପରିସରରେ ଆୟୋଜିତ ଏହି ଉତ୍ସବରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାମକୃଷ୍ଣ ମିଶନର ସମ୍ପାଦକ ସ୍ବାମୀ ଆତ୍ମପ୍ରଭାନନ୍ଦ, ଉପସଭାପତି ଆର୍‌.କେ. ମଠ ଏବଂ ମିଶନ ସ୍ବାମୀ ବାଗୀଶାନନ୍ଦଜୀ ମହାରାଜ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri