ମାନବିକତା ଦେଖାଇଲେ ଡିଆଇଜିଙ୍କ ସ୍ତ୍ରୀ : ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ପଠାଇଲେ

ଅନୁଗୋଳ ଅଫିସ, ୧୬।୧୧- ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରେ ପଡ଼ିଥିବା ଦୁଇ ଯୁବକଙ୍କୁ ନିଜ ଗାଡ଼ିରେ ମେଡିକାଲ ପଠାଇ ଉଚ୍ଚ ପ୍ରଶଂସା ସାଉଣ୍ଟିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ସ୍ତ୍ରୀ ସୀମାଗୁପ୍ତା ଭୋଳ। ବୁଧବାର ରାତିରେ ଘଟିଥିବା ଏହି ଘଟଣା ଏବେ ଅନୁଗୋଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସୀମାଗୁପ୍ତାଙ୍କ ଏପରି ମାନବିକତାକୁ ସାଧାରଣରେ ଉଚ୍ଚ ପ୍ରଶଂସା କରାଯାଇଛି।
ସୂଚନା ଅନୁଯାୟୀ, ବୁଧବାର ରାତିରେ ପିଲାଙ୍କୁ ଧରି ସୀମାଗୁପ୍ତା କଟକ-ସମ୍ବଲପୁର ପୁରୁଣା ରାଜପଥ ଦେଇ ଭୁବନେଶ୍ୱରରୁ ଅନୁଗୋଳ କ୍ୱାର୍ଟର୍ସକୁ ଫେରୁଥିଲେ। ଏହି ସମୟରେ ଫୁଲପଡ଼ା ନିକଟ ପାଓ୍ବାରଗ୍ରୀଡ୍‌ଠାରେ ୨ ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ପାର୍ଶ୍ୱରେ ପଡ଼ିଥିବା ସେ ଦେଖିବାକୁ ପାଇଥିଲେ। ଗାଡ଼ିରେ ଅନେକ ଲୋକ ଯାଉଥିଲେ ବି କେହି ସେଠାରେ ଅଟକି ନ ଥିଲେ। ଏହା ଦେଖି ତୁରନ୍ତ ସେ ଚାଳକଙ୍କୁ ଗାଡ଼ି ରଖିବାକୁ ନିର୍ଦ୍ଦେଶ ଦେବା ସହ ସମ୍ପୃକ୍ତ ଯୁବକଦ୍ୱୟଙ୍କ ନିକଟକୁ ଯାଇଥିଲେ। ଜଣଙ୍କ ଅବସ୍ଥା ଗୁରୁତର ଥିବା ଦେଖି ସେ ଗାଡ଼ିରୁ ପିଲାଙ୍କୁ ଓହ୍ଲାଇଦେଇ ଚାଳକଙ୍କ ସହାୟତାରେ ଉଭୟଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ। ରାତି ପ୍ରାୟ ୧୧ଟା ପାଖାପାଖି ହୋଇଥିଲେ ମଧ୍ୟ ସେ ଶୀତରେ ପିଲାଙ୍କ ସହ ପାଓ୍ବାରଗ୍ରୀଡ୍‌ ନିକଟରେ ୨୦ ମିନିଟ୍‌ ଠିଆ ହୋଇଥିଲେ। ପରେ ଅନୁଗୋଳରୁ ଅନ୍ୟ ଏକ ଗାଡ଼ି ସେଠାରେ ପହଞ୍ଚିବା ପରେ ସେ ପିଲାଙ୍କୁ ନେଇ କ୍ୱାର୍ଟର୍ସକୁ ଫେରିଥିଲେ। ମେଡିକାଲରେ ଭର୍ତ୍ତି ହୋଇଥିବା ଦୁଇ ଯୁବକଙ୍କ ମଧ୍ୟରୁ ବଅଁରପାଳ ଥାନା ମହୀଧରପୁର ଅଞ୍ଚଳର ସମୀର ସାହୁଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି। ତାଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଅନ୍ୟ ଜଣଙ୍କୁ ଚିକିତ୍ସା ପରେ ଛାଡ଼ି ଦିଆଯାଇଥିବା ମେଡିକାଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri