Posted inଫୁରସତ

ମାନବିକତା ହିଁ ସର୍ବୋତ୍ତମ

ସାମାଜିକ କାର୍ଯ୍ୟକର୍ତ୍ତା, ମାନବସେବାକୁ ବ୍ରତ କରି ନିଜ ଜୀବନକୁ ବାଜି ଲଗାଉଥିବା ଅଥବା ଜୀବନବଳି ଦେଇଥିବା ଲୋକଙ୍କ ପାଇଁ ଉତ୍ସର୍ଗୀକୃତ ଦିନଟିଏ ଅଗଷ୍ଟ ୧୯। ଏହି ଦିନ ସାରା ବିଶ୍ୱ ମାନବିକତା ଦିବସ ପାଳିଥାଏ। ସମ୍ପ୍ରତି ବିଶ୍ୱ କରୋନା, ମଙ୍କିପକ୍ସ ଭଳି ଭୂତାଣୁ କବଳରେ ପଡ଼ିଥିବାବେଳେ ଯୁଦ୍ଧ ସଙ୍କଟର ସାମ୍‌ନା କରୁଛି। ଏଭଳି ସମୟରେ ମଧ୍ୟ ସାମାଜିକକର୍ମୀ ଏବଂ ଅନ୍ୟମାନେ ମାନବସେବାରେ ନିଜକୁ ନିୟୋଜିତ କରିଛନ୍ତି। ୨୦୦୩ ଅଗଷ୍ଟ ୧୯ରେ ଇରାକ୍‌ର ବାଗ୍‌ଦାଦସ୍ଥିତ କାନାଲ ହୋଟେଲରେ ବୋମାମାଡ଼ ଯୋଗୁ ପ୍ରାଣ ହରାଇଥିବା ୨୨ ଜଣଙ୍କ ସ୍ମୃତିରେ ପ୍ରଥମେ ମାନବିକତା ଦିବସ ପାଳନ ହୋଇଥିଲା। ୨୦୦୯ରେ ଜାତିସଂଘ ପକ୍ଷରୁ ବିଧିବଦ୍ଧ ଭାବେ ମାନବିକତା ଦିବସ ପାଳନ ନିମନ୍ତେ ସ୍ଥିର କରାଯାଇଥିଲା। ଚଳିତ ବର୍ଷ ଡିଜିଟାଲ ଆର୍ଟ ଦ୍ୱାରା ସହାୟତା କର୍ମୀଙ୍କୁ ସମ୍ମାନିତ କରିବା ପାଇଁ ଜାତିସଂଘ ପକ୍ଷରୁ ସ୍ଥିର କରାଯାଇଛି। ଏହା ମାଧ୍ୟମରେ ଆବଶ୍ୟକ ସମୟରେ ଲୋକଙ୍କୁ ସହୟତା କରିଥିବା ବ୍ୟକ୍ତିବିଶେଷ ଏବଂ ସେହି ବ୍ୟକ୍ତିଙ୍କୁ ସହଯୋଗର ହାତ ବଢ଼ାଇଥିବା ଲୋକଙ୍କ କାହାଣୀ ଜନସାଧାରଣଙ୍କୁ ଜଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri