ମାନସିକ ଅନଗ୍ରସର ପିଲାଙ୍କ ସହ ଦିନଟିଏ

ଖଇରା, ୧୩।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାବଣିଆଠାରେ ୨୦୦୪ ମସିହାରୁ ଗଢି ଉଠିଥିବା କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏଭଳି ଦୁର୍ଦ୍ଦିନ ସମୟରେ ସହଯୋଗର ହାତ ବଢାଇଛନ୍ତି ସତ୍ୟସାଇ ଗ୍ରୁପ ଅଫ ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷ ତଥା ଯୁବ ଭାଜପା ନେତା ବେଣୁମାଧବ ପଣ୍ଡା। ଗୁରୁବାର ସେ ନିଜ ସହଯୋଗୀଙ୍କ ସହ ବିଦ୍ୟାଳୟରେ ରହୁଥିବା ୪୬ଜଣ ଅନ୍ତେବାସୀ ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ଭାବର ଆଦାନପ୍ରଦାନ କରିଛନ୍ତି ା କେବଳ ସେତିକି ନୁହେଁ ନିଜ ବ୍ୟକ୍ତିଗତ ସମ୍ବଳରୁ ସେ ପ୍ରତ୍ୟେକ ପିଲା ଓ କର୍ମଚାରୀଙ୍କ ପାଇଁ କମ୍ବଳ, ବିଦ୍ୟାଳୟ ପାଇଁ ଖେଳ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିସହ ବିଦ୍ୟାଳୟ ପ୍ରତିଷ୍ଠାତା କେଶବ ଚନ୍ଦ୍ରଙ୍କ ସହ ବିଦ୍ୟାଳୟର ସୁବିଧା ଅସୁବିଧା ନେଇ ଆଲୋଚନା କରିବା ଅବସରରେ ବିଦ୍ୟାଳୟ ବାହାରେ ଓ ଭିତରେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଅନ୍ତେବାସୀଙ୍କୁ ନିଜର ଖାଦ୍ୟ ପରଷିବା ପରେ କେତେକ ପିଲାଙ୍କୁ ସେ ମଧ୍ୟ ଖୁଆଇ ଦେଇଥିଲେ। ପଣ୍ଡାଙ୍କ ସହ ଯୁବନେତା ଅର୍ଦ୍ଧେନ୍ଦୁ ଶେଖର ଦାସ, ପୂର୍ବତନ ସମିତିସଭ୍ୟ ଅଭୟ ମହାନ୍ତି, ଯାତ୍ରା ଖଳନାୟକ ଦାମୋଦର ପଣ୍ଡା, କୁରୁଣ୍ଟା ପଞ୍ଚାୟତର ଯୁବନେତା ଦୀପକ ପଣ୍ଡା, ରାଜେଶ ରାଉତ ଓ ରମାକାନ୍ତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ମମତା କର, ଗୀତାଞ୍ଜଳି ସାହୁ, ମମତାରାଣୀ ସାହୁ, କୃଷ୍ଣଚନ୍ଦ୍ର ପାଢୀ, ଲକ୍ଷ୍ମୀକାନ୍ତ ଦାସ କର୍ମଚାରୀ ପରେଶ ଦାସ, କୁଲୁ ଦନ୍ତା, ପ୍ରଶାନ୍ତ ଗିରି, ମଧୂସୁଦନ ଦାସ, ଭାସ୍କର ଚନ୍ଦ୍ର ପରମାଣିକ ଓ ଜୟନ୍ତୀ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri