ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କଲେ ବାଲ୍ୟବନ୍ଧୁ

ଜୟପୁର,୨୯ା୮(ଡି.ଏନ୍‌.ଏ.) ଜୟପୁର ସହରର ଜଣେ ମାନସିକ ଅସୁସ୍ଥ ବ୍ୟକ୍ତି ରମେଶ ପୂଜାରୀ (ଟୁଟୁ)ଙ୍କୁ ଉଦ୍ଧାର କରି ନୂଆ ରାହା ଦେଖାଇଛନ୍ତି ବାଲ୍ୟବନ୍ଧୁ ଶିବାଜୀ ପଟ୍ଟନାୟକ। ଏହି ଖବର ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଟୁଟୁଙ୍କୁ କୌଣସି ମନସ୍ତତ୍ୱ ବିଶେଷଜ୍ଞଙ୍କ ନିକଟରେ ଚିକିତ୍ସା ସହ କାଉନସେଲିଂର ଆବଶ୍ୟକତା ରହିଛି ା ସରକାର କିମ୍ବା କୌଣସି ସଂସ୍ଥା ଏହି ବ୍ୟବସ୍ଥା କରାଇଲେ ଟୁଟୁ ସୁସ୍ଥ ସମାଜକୁ ଫେରି ଆସିପାରିବେ ବୋଲି କହିଛନ୍ତି ଶିବାଜୀ।
ଟୁଟୁ ପିଲାବେଳେ ଜଣେ ମେଧାବୀ ଛାତ୍ର ରହିବା ସହ ଭଲ କ୍ରିକେଟ୍‌ ଖେଳୁଥିଲେ। ଜୟପୁର ପୌରସଂସ୍ଥାରେ କର୍ମଚାରୀ ଭାବେ କାମ କରୁଥିଲେ, କିନ୍ତୁ ପ୍ରାୟ ୫ବର୍ଷ ତଳେ କୌଣସି କାରଣରୁ ସେ ମାନସିକ ଭାରସାମ୍ୟ ହରାଇବା ସହ ଆଉ ଘରକୁ ନଯାଇ ରାସ୍ତାରେ ଘୂରି ବୁଲୁଥିଲେ। କିଏ କିଛି ଦେଲେ ଖାଉଥିଲେ। ଦୋକାନ ବାରଣ୍ଡାରେ ଶୋଇପଡୁଥିଲେ। ଗତ ସୋମବାର ଶିବାଜୀ ପଟ୍ଟନାୟକ ନିଜ ମାନସିକ ଅସୁସ୍ଥ ବନ୍ଧୁଙ୍କୁ ରାସ୍ତାରେ ଅଟକାଇ ବୁଝାସୁଝା କରିବା ପରେ ସେଲୁନକୁ ନେଇ ଦୀର୍ଘ ବର୍ଷଧରି ବଢ଼ିଥିବା କେଶ, ଦାଢ଼ି କଟାଇବା ପରେ ନୂଆ ପୋଷାକ ପିନ୍ଧାଇଥିଲେ। ତାଙ୍କୁ ନିଜ ପାଖରେ ରଖି ଖାଇବାକୁ ଦେଇଛନ୍ତି ା କୋରାପୁଟ ମେଡିକାଲ କଲେଜର ମନସ୍ତତ୍ୱ ବିଶେଷଜ୍ଞଙ୍କ ପାଖରେ ତାଙ୍କର ଚିକିତ୍ସା କରାଇବେ ବୋଲି ଶିବାଜୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?