ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି।

ଆବେଦନକାରୀଙ୍କ ପକ୍ଷରୁ ପିଟିଶନ୍‌ରେ ଦର୍ଶାଯାଇଛି, ଆବଶ୍ୟକ ଚିକିତ୍ସା ଶେଷ ହେବା ପରେ ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ସେମାନଙ୍କ ପରିବାର ଲୋକେ ଅନେକ ସମୟରେ ଘରକୁ ନେଉନାହାନ୍ତି। କେତେକ ସ୍ଥଳରେ ସେମାନଙ୍କୁ ବାହାରେ ଛାଡ଼ି ଦେଉଥିବାବେଳେ ଆଉ କେତେକ ସ୍ଥଳରେ ଘରକୁ ନେଇ ବାନ୍ଧି ରଖୁଛନ୍ତି। ଯେଉଁଥିରେ ମାନବିକ ଅଧିକାର ଉଲ୍ଲଂଘନ ହେଉଛି। ଏହି ବ୍ୟକ୍ତିମାନେ ବିଭିନ୍ନ ସମୟରେ ଅନ୍ୟମାନଙ୍କ ପାଇଁ ସମସ୍ୟାର କାରଣ ହେଉଛନ୍ତି। ସେହିପରି ମାନସିକ ବିକାରଗ୍ରସ୍ତ ମହିଳାମାନେ ଅନେକ ସମୟରେ ବଳାତ୍କାରର ଶିକାର ହେଉଛନ୍ତି, ଯେଉଁଥିପାଇଁ ସରକାର ଅସୁବିଧାରେ ପଡୁଛନ୍ତି। ତେଣୁ ଏମାନଙ୍କର ମଧ୍ୟ ସମାଜରେ ବଞ୍ଚିବାର ଅଧିକାର ରହିଛି। ୨୦୧୭ ଅଗଷ୍ଟ ୮ରେ ରାଜ୍ୟ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସ୍ବଧାରଗୃହରେ କୌଣସି ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ନ ରଖିବା ଲାଗି ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଫଳରେ ଏହି ବ୍ୟକ୍ତିମାନେ ବାହାରେ ବୁଲି ବିଭିନ୍ନ ସମସ୍ୟା ସୃଷ୍ଟି କରୁଛନ୍ତି। ମାନସିକ ସ୍ବାସ୍ଥ୍ୟ ସୁରକ୍ଷା ଆଇନ ଅନୁଯାୟୀ, ଏହି ବ୍ୟକ୍ତିମାନଙ୍କୁ ସ୍ବତନ୍ତ୍ର ଭାବେ ଥଇଥାନ କରିବା ଏବଂ ସେମାନଙ୍କ ଚିକିତ୍ସା କରିବା ସରକାରଙ୍କ ଦାୟିତ୍ୱ ତଥା କର୍ତ୍ତବ୍ୟ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ବ୍ୟବସ୍ଥା ହୋଇନାହିଁ। ଦୁଇମାସ ତଳେ ଓଲ୍‌ସା ପକ୍ଷରୁ ରାଜ୍ୟ ମହିଳା ଏବଂ ଶିଶୁ ବିକାଶ ବିଭାଗକୁ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ଥଇଥାନ ବ୍ୟବସ୍ଥା କରାଇବାକୁ ଅବଗତ କରାଯାଇଥିଲା। ମାତ୍ର ବିଭାଗ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଓଲ୍‌ସା ପକ୍ଷରୁ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି।

ଆବେଦନରେ ଦର୍ଶାଯାଇଛି, ରାସ୍ତାରେ ବୁଲୁଥିବା ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ସହ ଥଇଥାନ କେନ୍ଦ୍ରରେ ପହଞ୍ଚାଇବା ଓଡ଼ିଶାର ପ୍ରତ୍ୟେକ ଥାନାର ଅଧିକାରୀଙ୍କ ଦାୟିତ୍ୱ ରହିବା ଉଚିତ। ତେଣୁ ପ୍ରତ୍ୟେକ ଥାନା ଅଧିକାରୀଙ୍କୁ ଏହି ଦାୟିତ୍ୱ ତୁଲାଇବା ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ହାଇକୋର୍ଟଙ୍କୁ ଅନୁରୋଧ କରିଛନ୍ତି। ପ୍ରତି ଜିଲାର ମୁଖ୍ୟାଳୟରେ ଅତି କମ୍‌ରେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ପାଇଁ ଗୋଟିଏ ଥଇଥାନ କେନ୍ଦ୍ର ପ୍ରତିଷ୍ଠା କରାଯିବାକୁ ଆବେଦନକାରୀ ନିବେଦନ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ ରଞ୍ଜନ ମହାନ୍ତି, ପ୍ରଦୀପ ପଟ୍ଟନାୟକ, ଅନାମ ଚରଣ ପଣ୍ଡା, ନୀହାର ରଞ୍ଜନ ମହାନ୍ତି ମାମଲା ଦାଏର କରିଛନ୍ତି। ଏହି ଆବେଦନରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟକୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri