ମାନସିକ ଭାରସାମ୍ୟ ହରାଇ ବିଧବା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାଟଣା,୨୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗଁାର ଜଣେ ବିଧବା ମହିଳା ଶୁକ୍ରବାର ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ ମହିଳା ଜଣକ ହେଲେ ରୁନି ନାୟକ। ଖବର ପାଇ ଶନିବାର ସକାଳେ ସ୍ଥାନୀୟ ଲୋକେ ରୁନିଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ରୁନିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ରୁନିଙ୍କ ଶରୀରର ପ୍ରାୟ ୭୨ ପ୍ରତିଶତରୁ ଊର୍ଦ୍ଧ୍ୱ ପୋଡିଯାଇଛି। ଏନେଇ ଚିକିତ୍ସା କରୁଥିବା ଡାକ୍ତର ଚିତ୍ତରଞ୍ଜନ ନାଏକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରୁନିଙ୍କ ସ୍ବାମୀ ବିଜୁ ମଲ୍ଲୀପଶି ବଜାରରେ ଚା’ ଦୋକାନ କରି ଗୁଜୁରାଣ ମେଣ୍ଟାଉଥିଲେ। ହେଲେ ସ୍ବାମୀଙ୍କର ୩ ମାସ ପୂର୍ବରୁ ଦେହାନ୍ତ ହେବା ପରେ ଘର ଚଳାଇବା କଷ୍ଟକର ହୋଇପଡ଼ିଥିଲା। ଗୋଟିଏ ପଟେ ସ୍ବାମୀଙ୍କ ମୃତ୍ୟୁ ଅନ୍ୟପଟେ ଦାରିଦ୍ର୍ୟତା ତାଙ୍କୁ ଅସହାୟ କରିଦେଇଥିଲା। ଫଳରେ ମାନସିକ ଭାରସାମ୍ୟ ହରାଇ ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ ରିନୁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri