ମାନସିକତାରେ ପରିବର୍ତ୍ତନ ହେଲେ ଦୁର୍ନୀତି ହଟିବ

ସୋନପୁର,୩୧।୧୦(ନି.ପ୍ର.): ସୁବର୍ଣ୍ଣପୁର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଡିଆରଡିଏ ସମ୍ମିଳନୀ କକ୍ଷରେ ସଚ୍ଚୋଟତା-ଏକ ଜୀବନ ଶୈଳୀ ଶୀର୍ଷକ ଆଲୋଚନାଚକ୍ରରେ ଜିଲାପାଳ ମୋନିଷା ବାନାର୍ଜୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୁର୍ନୀତି ଏକ ସାମାଜିକ ବ୍ୟାଧିରେ ପରିଣତ ହେଲାଣି। ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଆସିଲେ ଯାଇ ଦୁର୍ନୀତି ହଟିବ ବୋଲି କହିଥିଲେ। ଦେଶର ଆର୍ଥିକ ପ୍ରଗତି ତଥା ବିକାଶ ଧାରାର ଏହା ଏକ ମୁଖ୍ୟ ପ୍ରତିବନ୍ଧକ। ତେଣୁ ଦୁର୍ନିତୀର ମୁଳୋତ୍ପାଟନ କରିବାକୁ ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍ଠା, ସଚ୍ଚୋଟତା ସହିତ ଜନସାଧାରଣଙ୍କ ସହଯୋଗ ଏକାନ୍ତ ଆବଶ୍ୟକ ବୋଲି ଜିଲାପାଳ ବାନାର୍ଜୀ ମତପ୍ରକାଶ କରିଥିଲେ। ଆରକ୍ଷୀ ଅଧୀକ୍ଷକ ଦେବୀପ୍ରସାଦ ଦାଶ ସମ୍ମାନିତ ଅତିଥିଭାବେ ଯୋଗଦେଇ ଦୁର୍ନୀତିର କାୟା କିଭଳି ସମାଜର ସବୁସ୍ତରରେ ବୃଦ୍ଧି ପାଇବାରେ ଲାଗିଛି ସେ ସମ୍ପର୍କରେ ମତ ରଖିଥିଲେ । ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗଦେଇ ଜନସାଧାରଣ ସଚେତନ ହେବା ସହ ସରକାରୀ ଯୋଜନା ସମ୍ପର୍କରେ ଅବଗତ ହେଲେ ଦୁର୍ନୀତି କେତେକାଂଶରେ ହ୍ରାସ ପାଇବା ବୋଲି କହିଥିଲେ। ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ଜ୍ୟୋତିରଞ୍ଜନ ବହିଦାର ମୁଖ୍ୟବକ୍ତାଭାବେ ଯୋଗଦାନ କରି ଆମ ଦେଶରେ ଦୁର୍ନୀତି କାୟା ବିସ୍ତାର କରିଛି। ତଳସ୍ତରରୁ ଉପରିସ୍ଥ ଅଧିକାରୀଙ୍କ ପର୍ଯ୍ୟନ୍ତ ଏହା ଚାଲିଛି । ବ୍ୟାପକ ସଚେତନତା ଓ ସମ୍ମିଳିତ ଉଦ୍ୟମ ଫଳରେ ସମାଜକୁ ଦୁର୍ନୀତି ମୁକ୍ତ କରାଯାଇପାରିବ ବୋଲି ଡ. ବହିଦାର ମତପ୍ରକାଶ କରିଥିଲେ । ସୁବର୍ଣ୍ଣପୁର ଭିଜିଲାନ୍ସ ଡିଏସପି କାଦମ୍ବିନୀ ସାମଲ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପକୃଷି ନିର୍ଦ୍ଦେଶକ ସନ୍ତୋଷ ଜେନା, ଗୋରେଖନାଥ ସାହୁ ଓ ଜିଲାର ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାପତି ପଣ୍ଡା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି ଅବସରରେ ଦୁର୍ନୀତି ବିରୋଧରେ ସମସ୍ତେ ଶପଥ ପାଠ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?