ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଛି

ନୂଆଦିଲ୍ଲୀ,୧୧-୧ : ବଜେଟ ପୂର୍ବରୁ ଅର୍ଥବ୍ୟବସ୍ଥା ଏବଂ ସରକାରଙ୍କ ଲାଗି ଖୁସି ଖବର। ଦେଶର ମାନୁଫାକ୍‌ଚରିଂ କ୍ଷେତ୍ରରେ ସୁଧାର ଆସୁଥିବା ନଜରକୁ ଆସିଛି। ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ୧.୮% ବଢିଥିବା ଶୁକ୍ରବାର ସରକାର ଜାରି କରିଥିବା ତଥ୍ୟରୁ ସାମ୍ନାକୁ ଆସିଛି। ଲଗାତର ଭାବେ ୩ ମାସ ମାନୁଫାକଚରିଂ କାର୍ଯ୍ୟକଳାପ କମିବା ପରେ ଏଥିରେ ଉନ୍ନତି ଆସିଥିବା କୁହାଯାଉଛି। ମାନୁଫାକଚରିଂ କ୍ଷେତ୍ର ଉତ୍ପାଦନକୁ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ (ଆଇଆଇପି)ରେ ମପାଯାଉଥିବା ବେଳେ ୨୦୧୮ ନଭେମ୍ବରରେ ଏହା ୦.୨% ରହିଥିଲା। ଏହା ୨୦୧୯ ଅକ୍ଟୋବରରେ ୩.୮% କମିଥିଲା। ଚଳିତ ବର୍ଷ ଅଗଷ୍ଟରୁ ଅକ୍ଟୋବର ଯାଏ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ ଲଗାତର ଭାବେ ହ୍ରାସ ହେଉଥିବା ଦେଖାଯାଇଥିଲା।
ଏନ୍‌ଏସ୍‌ଏସ୍‌ଓ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ମୁତାବକ ନଭେମ୍ବରରେ ମାନୁଫାକଚରିଂ କ୍ଷେତ୍ର ଅଭିବୃଦ୍ଧି ୨.୭% ରହିଛି। ୨୦୧୮ ନଭେମ୍ବରରେ ଏହା ୦.୭% ହ୍ରାସ ଘଟିଥିଲା। ଏହି ସମୟରେ ବିଜୁଳି ଉତ୍ପାଦନ ୫.୧% ବଢିଥିଲା। ଏହା ଚଳିତ ବର୍ଷ ନଭେମ୍ବରରେ ୫% ହ୍ରାସ ଘଟିଛି। ଆଲୋଚ୍ୟ ଅବଧିରେ ଗତ ବର୍ଷ ସମାନ ସମୟରେ ୨.୭% କମିଥିବା ବେଳେ ଏହା ଚଳିତ ବର୍ଷ ୧.୭% ନିମ୍ନରେ ରହିଛି। ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ ନଭେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ ୦.୬% ଅଭିବୃଦ୍ଧି ହାସଲ କରିଛି। ୨୦୧୮-୧୯ରେ ଏହା ସମାନ ସମୟରେ ୫% ଅଭିବୃଦ୍ଧି ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri