ମାନେଶ୍ୱର ରାବଣ ପୋଡ଼ି: ରାମଙ୍କ ବଦଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

ସମ୍ବଲପୁର,୯।୧୦ (ବ୍ୟୁରୋ): ସମ୍ବଲପୁର ସହର ଉପକଣ୍ଠ ସାର୍ବଜନୀନ ଦୁର୍ଗାପୂଜା ଧୁମ୍‌ଧାମ୍‌ରେ ପାଳନ ହୋଇଥିଲା। ମଙ୍ଗଳବାର ସନ୍ଧ୍ୟାରେ ରାବଣ ପୋଡି ପାଇଁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ସରିଥିଲା । ରୀତିନୀତି ଅନୁସାରେ ରାମ, ଲକ୍ଷ୍ମଣ ଶୋଭାଯାତ୍ରାରେ ଆସି ରାବଣ ଦେହରେ ଅଗ୍ନି ସଂଯୋଗ କରିବାର ଥିଲା । ମାତ୍ର କିଛି ସମୟ ପୂର୍ବରୁ ୨ଜଣ ଦୁର୍ବୃତ୍ତ ଆସି ରାବଣ ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଉପସ୍ଥିତ ଥିବା ପୋଲିସ ସେମାନଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ। ମାନେଶ୍ୱର ଗ୍ରାମର ଅଜିତ ପାତ୍ରଙ୍କୁ କାବୁ କରିନେଇଥିବା ବେଳେ ମିର୍ଗାମୁଣ୍ଡା ଗ୍ରାମର ସତ୍ୟନାରାୟଣ ପାଣିଗ୍ରାହୀ (ଟୁନା) ଫେରାର ହୋଇ ଯାଇଥିଲେ । ବୁଧବାର ଏନେଇ ମାନେଶ୍ୱର ପୂଜା କମିଟି ଓ ବ୍ୟବସାୟୀ ସଂଘ ପକ୍ଷରୁ ଥାନା ଘେରାଉ କରାଯାଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନାଧିକାରୀଙ୍କୁ ଲିଖିତ ଅଭିଯୋଗ ହୋଇଛି। ପୋଲିସ ଏନେଇ ନଂ. ୨୦୧/୧୯ରେ ମାମଲା ରୁଜୁ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri