ମାନ୍ଦାବସ୍ଥା ଜିଡିପି ଅଭିବୃଦ୍ଧି ରୋକିଲା;ଜୁନ୍‌ ତ୍ରୈମାସରେ ବିକାଶ ହାର ୫%

ନୂଆଦିଲ୍ଲୀ,୩୧-୮: ମାନ୍ଦାବସ୍ଥା କାରଣରୁ ଦେଶର ଆର୍ଥିକ ଅଭିବୃଦ୍ଧି ବଢ଼ିବା ପରିବର୍ତ୍ତେ କମିଛି। ଦେଶର ବିକାଶ ହାର ଜୁନ୍‌ ତ୍ରୈମାସ(ଏପ୍ରିଲ-ଜୁନ୍‌)ରେ ୫%କୁ ହ୍ରାସ ପାଇଛି, ଯାହା କି ମୋଦି ସରକାରଙ୍କ ପାଇଁ ଜୋର୍‌ଦାର ଝଟକା କୁହାଯାଇପାରେ। ପୂର୍ବ ତ୍ରୈମାସରେ ଏହା ୫.୮% ରହିଥିଲା। ବାର୍ଷିକ ଆଧାରରେ ହିସାବ କଲେ ପ୍ରାୟ ୩% ହ୍ରାସ ପାଇଛି। ବର୍ଷକ ପୂର୍ବରୁ ଏହି ସମୟରେ ଜିଡିପି ଅଭିବୃଦ୍ଧି ହାର ୮% ରହିଥିଲା। ଗତ ତ୍ରୈମାସରେ ମାନୁଫାକ୍‌ଚରିଂ ସେକ୍ଟରରେ ଗତିବିଧି ହ୍ରାସ ପାଇଥିବା ବେଳେ କୃଷି ଉତ୍ପାଦନ କମିବା କାରଣରୁ ବିକାଶ ଅଭିବୃଦ୍ଧି ପ୍ରଭାବିତ ହୋଇଛି।
ଅର୍ଥ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ପ୍ରକାଶିତ ତଥ୍ୟ ଅନୁଯାୟୀ, ଜୁନ୍‌ର ଜିଡିପି ଅଭିବୃଦ୍ଧି ହାର ୬ ବର୍ଷରେ ସର୍ବନିମ୍ନ ରହିଛି। ପ୍ରାୟ ୬ ବର୍ଷ ପୂର୍ବେ ଉପା ସରକାରରେ କୌଣସି ଏକ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ଏହି ସ୍ତରଠାରୁ କମ୍‌ ଥିଲା। ଆର୍ଥିକ ବର୍ଷ ୨୦୧-୧୩ର ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୪.୯% ରହିଥିଲା। ସୂଚନାଥାଉ କି, ରିଜର୍ଭ ବ୍ୟାଙ୍କ ଚଳିତ ଆର୍ଥିକ ବର୍ଷ ଲାଗି ଦେଶର ଜିଡିପି ଅଭିବୃଦ୍ଧି ହାର ଅନୁମାନକୁ ୬.୯% କରିଥିଲା। ପୂର୍ବରୁ ଏହା ୭% ରହିବ ବୋଲି ନିଜ ଅନୁମାନରେ ଦର୍ଶାଇଥିଲା। ମାନୁଫାକ୍‌ଚରିଂ ସେକ୍ଟରରେ ୧୨.୧% ବଦଳରେ ୦.୬% ଅଭିବୃଦ୍ଧି ଦେଖାଯାଇଛି। କୃଷି କ୍ଷେତ୍ରରେ ବିକାଶ ହାର ୫.୧%ରୁ ହ୍ରାସ ପାଇ ୨% ରହିଛି। ସେହିପରି ଖଣି ଖନନ କ୍ଷେତ୍ରରେ ଅଭିବୃଦ୍ଧି ହାର ୦.୪% ଦେଖିବାକୁ ମିଳିଥିଲା, ଯାହା ଏବେ ବୃଦ୍ଧି ପାଇ ୨.୭% ହୋଇଛି। ନିର୍ମାଣ ସେକ୍ଟରରେ ଗତବର୍ଷ ପ୍ରଥମ ତ୍ରୈମାସରେ ଅଭିବୃଦ୍ଧି ହାର ୯.୬% ରହିଥିଲା, ଯାହା ଏବେ ହ୍ରାସ ପାଇ ୫.୭% ରହିଛି। ହୋଟେଲ, ପରିବହନ ଓ ଟ୍ରେଡ୍‌ ସେକ୍ଟରରେ ଅଭିବୃଦ୍ଧି ହାର ୭.୮ରୁ ୭.୧%କୁ କମିଛି। ସେହିପରି ବିତ୍ତୀୟ, ରିଏଲ ଇଷ୍ଟେଟ ସେକ୍ଟରରେ ବିକାଶ ହାର ୬.୫ରୁ ୫.୯%କୁ ହ୍ରାସ ପାଇଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ହ୍ରାସ ପାଇଥିଲେ ମଧ୍ୟ ସରକାରଙ୍କ ନୀତିକୁ ସମର୍ଥନ ଜଣାଇଛନ୍ତି ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ। ସେ କହିଛନ୍ତି ଯେ, କେନ୍ଦ୍ର ସରକାର ଅର୍ଥନୀତିକୁ ଗତିଶୀଳ କରିବା ଲାଗି ଅନେକ ପ୍ରକାର ବ୍ୟବସ୍ଥା ଘୋଷଣା କରିଛନ୍ତି, ଯାହା କି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ନିକଟରେ କରିଥିବା କେତେକ ଘୋଷଣାରୁ ସ୍ପଷ୍ଟ ହୋଇଛି। ସରକାର ୫ ଲକ୍ଷ କୋଟି ଡଲାର ଅର୍ଥନୀତି ଆଡକୁ ଅଗ୍ରସର ହେଉଛନ୍ତି। ଏଥିଲାଗି ପଦକ୍ଷେପ ନିଆଯାଉଛି ଓ ଆଗକୁ ଅଧିକ ପଦକ୍ଷେପ ନିଆଯିବ। ସେଥିପାଇଁ ସରକାର ସଜାଗ।
କ୍ରମାଗତ କମୁଛି ଅର୍ଥନୀତି
ଭାରତର ଜିଡିପି ଅଭିବୃଦ୍ଧି ହାର ଗତ କିଛି ତ୍ରୈମାସ ହେବ ହ୍ରାସ ପାଇଚାଲିଛି। ୨୦୧୭-୧୮ର ଶେଷ ତ୍ରୈମାସରେ ଦେଶର ବିକାଶ ହାର ୮.୧% ରହିଥିଲା। କିନ୍ତୁ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ଏହା ୫%କୁ ହ୍ରାସ ପାଇଛି। ଗତ ଆର୍ଥିକ ବର୍ଷ ଅର୍ଥାତ୍‌ ୨୦୧୮-୧୯ର ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୮% ରହିଥିଲା। ଦ୍ୱିତୀୟରେ ଏହା ୭%, ତୃତୀୟରେ ୬.୬% ଓ ଚତୁର୍ଥରେ ୫.୮% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri