Posted inଜାତୀୟ

ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ ବାଧ୍ୟ ହୋଇଛି। କମ୍ପାନୀ ଅଧ୍ୟକ୍ଷ ଆର୍‌.ସି.ଭାର୍ଗବ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। କମ୍ପାନୀର ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ସରକାରଙ୍କ ସୁରକ୍ଷା ନିୟମ ଓ ଉଚ୍ଚ ଟିକସ ହାର ଯୋଗୁ ଅଟୋ ସେକ୍ଟର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏହି ଉଦ୍ୟୋଗ ଧିମା ହେଲେ ରାଜସ୍ବ ମଧ୍ୟ ପ୍ରଭାବିତ ହେବ। ଅନ୍ୟପକ୍ଷରେ ଚଳିତ ବର୍ଷ ଏପ୍ରିଲରୁ ଅଦ୍ୟାବଧି ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ୧୫୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିସାରିଲାଣି। ଏହା ଆରମ୍ଭ ମାତ୍ର ବୋଲି କମ୍ପାନୀ ଏମ୍‌ଡି ପଓ୍ବନ ଗୋଏଙ୍କା କହିଛନ୍ତି। ସ୍ଥିତି ଏଭଳି ଜାରି ରହିଲେ ଆଗାମୀ ଦିନରେ ଅଧିକ ସଂଖ୍ୟାରେ କର୍ମଚାରୀଙ୍କୁ ଛଟେଇ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଏପ୍ରିଲ-ଜୁନ ତ୍ରୈମାସରେ ମାରୁତି ସୁଜୁକିର ସବୁ ସେଗ୍‌ମେଣ୍ଟରେ ବିକ୍ରି ୪, ୭୪,୪୮୭ ୟୁନିଟକୁ ହ୍ରାସ ପାଇଛି, ଯାହାକି ବର୍ଷକ ପୂର୍ବେ ଏହି ସମୟରେ ୬,୧୭,୯୯୦ ୟୁନିଟ ଥିଲା। ବାର୍ଷିକ ହିସାବରେ ବିକ୍ରି ୨୩.୨ ପ୍ରତିଶତ ହ୍ରାସ ପାଇଛି ବୋଲି ଭାର୍ଗବ କହିଛନ୍ତି। ଉଲ୍ଲେଖ କରାଯାଇପାରେ ଯେ, ମାନ୍ଦାବସ୍ଥା କାରଣରୁ ଏବେ ଅଟୋମୋବାଇଲ ସେକ୍ଟର ବିକ୍ରି ୧୯ ବର୍ଷର ସର୍ବନିମ୍ନ ସ୍ତରରେ ରହିଛି। ଏହି ସମୟରେ ଗାଡ଼ି ବିକ୍ରି ୧୮.୭୧%କୁ ହ୍ରାସ ପାଇଛି। ଫଳସ୍ବରୂପ ଗତ ୩ ମାସ ମଧ୍ୟରେ ୧୫ ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କୁ ଚାକିରି ହରାଇବାକୁ ପଡିଛି ବୋଲି ଅଟୋ ମହାସଂଘ ‘ସିଆମ୍‌’ ପକ୍ଷରୁ କୁହାଯାଇଛି। ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ସଙ୍କଟ କାରଣରୁ ବଜାରରେ ଏବେ ନଗଦ ସଙ୍କଟ ଉତ୍କଟ ହୋଇଛି। ଏହି କାରଣରୁ ଏବେ ଅଟୋ ସେକ୍ଟରରେ ଋଣ ଯୋଗାଣ ପ୍ରଭାବିତ ହେଉଛି ବୋଲି ମହାସଂଘ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri