ମାମଲା ରଫାଦଫା ପାଇଁ ନେଇଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଜେଲ ଦଣ୍ଡ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା କେଗାଁ ଥାନାରେ ୨୦୧୭ରେ ଏକ ମାମଲାକୁ ରଫାଦଫା କରିବା ପାଇଁ ଲାଞ୍ଚ ମାମଲାର ଚୂଡାନ୍ତ ରାୟ ଗୁରୁବାର ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୀତିକଣ୍ଠ ସାମଲ ପ୍ରକାଶ କରିଛନ୍ତି। ଭିଜିଲାନ୍ସ ଜଜ୍‌ ତାଙ୍କ ରାୟରେ କେଗାଁ ଥାନାର ତତ୍କାଳୀନ ଆଇଆଇସି ସମୀର ରାଉତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିବା ବେଳେ ଅବସରପ୍ରାପ୍ତ ତତ୍କାଳୀନ ଏଏସ୍‌ଆଇ ଟଙ୍କଧର ବୁଦ୍ଧିଆଙ୍କୁ ଦୋଷୀ ସାବ୍ୟସ୍ତ କରି ଏକବର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୭ ଅକ୍ଟୋବର ୨୦ରେ କେଗାଁ ଥାନା ଅନ୍ତର୍ଗତ ମକରାଗୁଡା ଗ୍ରାମର ଗଙ୍ଗା ନାଗ ଓ ବେଲାଳ ସାହୁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏ ନେଇ ବେଲାଳ କେଗାଁ ଥାନାରେ ଗଙ୍ଗାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅକ୍ଟୋବର ୩୦ରେ ଏଏସ୍‌ଆଇ ଟଙ୍କଧର ବୁଦ୍ଧିଆ ଉଭୟ ପକ୍ଷକୁ ଥାନାକୁ ଡ଼ାକି ମାମଲାର ଆପୋସ ସମାଧାନ କରିବା ପାଇଁ କହିଥିଲେ। ରାତି ହୋଇଯିବାରୁ ପରଦିନ ଆସି ବୁଝାମଣାପତ୍ର ପ୍ରସ୍ତୁତ କରିବା ପାଇଁ କହିଥିଲେ।

ହେଲେ ନଭେମ୍ବର ପହିଲାରେ ବୁଝାମଣାପତ୍ର କରିଦେବା ପାଇଁ ଗଙ୍ଗାଙ୍କୁ ଏଏସ୍‌ଆଇ ବୁଦ୍ଧିଆ ୩ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ନଚେତ ତାଙ୍କ ନାମରେ ମାମଲା ରୁଜୁ କରିବେ ବୋଲି କହିଥିଲେ। ସେତେବେଳେ ଗଙ୍ଗା ପାଖରେ ଥିବା ୧୫ଶହ ଟଙ୍କା ଏଏସ୍‌ଆଇ ବୁଦ୍ଧିଆଙ୍କୁ ଦେଇଥିଲେ। ଆଇଆଇସିଙ୍କୁ ମଧ୍ୟ ଦେବାକୁ ପଡ଼ିବ, ତେଣୁ ଅବଶିଷ୍ଟ ୧୫ ଶହ ଟଙ୍କା ନ ଦେଲେ ମାମଲା ରୁଜୁ କରିବି ବୋଲି ଧମକ ଦେଇଥିଲେ।

ନଭେମ୍ବର ୮ରେ ଅବଶିଷ୍ଟ ଟଙ୍କା ଦେବି ବୋଲି ଗଙ୍ଗା କହିଥିଲେ। ଏ ସମ୍ପର୍କରେ ଗଙ୍ଗା ଭିଜିଲାନ୍ସ ବିଭାଗ ସହ ଯୋଗାଯୋଗ କରି ଲିଖିତ ଅଭିଯୋଗ କରିଥିଲେ। ପରେ ଯୋଜନା ମୁତାବକ ୮ ତାରିଖରେ ଟଙ୍କା ଦେବା ବେଳେ ଏଏସ୍‌ଆଇ ବୁଦ୍ଧିଆଙ୍କୁ ଭିଜିଲାନ୍ସ ଟିମ୍‌ କାବୁ କରିଥିଲା। ପରେ ଆଇଆଇସି ସମୀର ରାଉତଙ୍କୁ ମଧ୍ୟ ଏହି ମାମଲାରେ ଗିରଫ କରି ଉଭୟଙ୍କୁ କୋର୍ଟ ଚାଲାଣ କରିଥିଲା। ମାମଲାକୁ ଅଭିଯୁକ୍ତଙ୍କ ପକ୍ଷରୁ ଆଇନଜୀବୀ କ୍ଷିରୋଦ ପ୍ରସାଦ ନେଗୀ ଓ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ପି.କେ. ଦୋରା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?