ମା’ଯୋଗମାୟା ଭାଗବତ ପ୍ରତିଯୋଗିତା: ବାଘୁଆପଲ୍ଲୀ ଚାମ୍ପିୟନ

ବୋଲଗଡ଼,୨୯ା୫(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବଡ଼କୁମାରୀ ପଞ୍ଚାୟତ ଅନ୍ତର୍ଗତ ହାଟବସ୍ତ ଗ୍ରାମସ୍ଥିତ ରାମଲୀଳା ସ୍ଥଳରେ ଚାଲିଥିବା ମା’ଯୋଗମାୟା ଭାଗବତ ପ୍ରତିଯୋଗିତା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଶେଷ ଦିବସରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ପ୍ରତିଯୋଗିତାରେ ଭାପୁର ବ୍ଲକର ବାଘୁଆପଲ୍ଲୀ ଭାଗବତ ମଣ୍ଡଳୀ ଚାମ୍ପିୟନ ହୋଇଛି। ବୋଲଗଡ଼ ବ୍ଲକର ଖଉରୁଣୀ ଭାଗବତ ମଣ୍ଡଳୀ ମୋଟ ୪୬ ପଏଣ୍ଟ ପାଇ ରନର୍ସ ଅପ୍‌ ସିଲ୍‌ ପାଇଥିଲା। ଅନ୍ୟ ପକ୍ଷରେ ବାଘୁଆପଲ୍ଲୀ ଭାଗବତ ମଣ୍ଡଳୀ ମୋଟ ୬୧ ପଏଣ୍ଟ ପାଇ ଚାମ୍ପିୟନ ସିଲ୍‌ ପାଇଛି । ଶ୍ରେଷ୍ଠ ଗାୟକ ଏବଂ ବାୟକ ଭାବେ ମଧ୍ୟ ବାଘୁଆପଲ୍ଲୀ ଭାଗବତ ମଣ୍ଡଳୀକୁ ପୁରସ୍କୃତ କରାଯାଇଛି । ସେହିପରି ଖଉରୁଣୀ ଭାଗବତ ମଣ୍ଡଳୀର ପାଳିଆମାନେ ଶ୍ରେଷ୍ଠ ପାଳିଆ ହୋଇଛନ୍ତି । ଗ୍ରାମର ମା’ଯୋଗମାୟା ଭାଗବତ ମଣ୍ଡଳୀ ପକ୍ଷରୁ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଆୟୋଜକଙ୍କ ପକ୍ଷରୁ ସଭାପତି ପଦ୍ମନାଭ ଖଟାଇ, ସମ୍ପାଦକ ଶେଷଦେବ ଖଟାଇ ଏବଂ ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀଧର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ ା ବିଚାରକ ଭାବେ ଦାଶରଥି ପଟ୍ଟନାୟକ, ଯଦୁମଣି ବିଶ୍ୱାଳ, ପୁରନ୍ଦର ମହାରଣା ଓ ନବକିଶୋର ମାଝି ପ୍ରମୁଖ ଦାୟିତ୍ୱ ଗ୍ରହଣ କରିଥିଲେ। ଗଣେଶ୍ୱର ଖଟାଇ ଏବଂ ରମେଶ ଚନ୍ଦ୍ର ଭୋଳ ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri