ମା’ର ମୃତଦେହକୁ କାନ୍ଧଦେଲେନି ପୁଅ: ପୋଲିସ ଉପସ୍ଥିତିରେ ଅନ୍ତିମ ସଂସ୍କାର କଲେ ଗ୍ରାମବାସୀ

ଛେଣ୍ଡିପଦା,୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ମାଛକୁଟା ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ମା’ର ଅନ୍ତିମ ସଂସ୍କାର ପାଇଁ ନିଜ ପୁଅ କାନ୍ଧ ଦେଇ ନ ଥିବା ଜଣାପଡ଼ିଛି। ଦୀର୍ଘ ସମୟ ଧରି ଗଁ।ରେ ମୃତଦେହ ପଡ଼ିଥିବା ନେଇ ଗ୍ରାମବାସୀ ଛେଣ୍ଡିପଦା ଥାନାକୁ ଜଣାଇଥିଲେ। ଏହାପରେ ପୋଲିସ ଉପସ୍ଥିତିରେ ଗ୍ରାମବାସୀ ମୃତ ମହିଳାଙ୍କ ଅନ୍ତିମ ସଂସ୍କାର କରିଥିଲେ। ସୂଚନାଯୋଗ୍ୟ, ଉକ୍ତ ଗଁାର ଦ୍ୱାରିକା ନାଥ ଗଡ଼ନାୟକଙ୍କ ସ୍ତ୍ରୀ ଗହମ ଗଡ଼ନାୟକ କିଛି ମାସ ହେବ ରୋଗଗ୍ରସ୍ଥ ହୋଇ ଶଯ୍ୟାଶାୟୀ ଥିଲେ। ବୁଧବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପାରିବାରିକ କଳହକୁ ନେଇ ତାଙ୍କ ପୁଅ ଧରଣୀ ବାହାରେ ରହୁଥିବା ବେଳେ ମା’ଙ୍କ ମୃତ୍ୟୁ ନେଇ ସମ୍ପର୍କୀୟ ତାଙ୍କୁ ଖବର ଦେଇଥିଲେ। ହେଲେ ବଡ଼ ବିଡ଼ମ୍ବନାର ବିଷୟ ଘରଠାରୁ ୫ କିଲୋମିଟର ଦୂରରେ ପୁଅ ଧରଣୀ ରହୁଥିବା ବେଳେ ମା’ର ଅନ୍ତିମ ସଂସ୍କାର ପାଇଁ ଆସି ନ ଥିଲେ। ତେବେ ପୁଅର ଏଭଳି କାର୍ଯ୍ୟକୁ ନେଇ ସମଗ୍ର ଅଞ୍ଚଳରେ ନିନ୍ଦା କରାଯିବା ସହ ଏକ ଲଜ୍ୟାଜନକ ଘଟଣା ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri