ମାରଣାସ୍ତ୍ର ଦେଖାଇ ଯୁବକଙ୍କୁ ଅପହରଣ : ପୂର୍ବ ଶତ୍ରୁତା ସନ୍ଦେହ

ପୁରୀ ଅଫିସ, ୨୬।୭: ପୁରୀ ସଦର ଥାନା ଅଧୀନ ଗଡଭିଙ୍ଗୁରା ଛକରୁ ବୁଧବାର ଜଣେ ଯୁବକଙ୍କୁ ଅପହରଣ କରି ନିଆଯାଇଛି। ସେ ହେଲେ ନୂଆଗାଁର ଅଜୟ ବେହେରା। ଗୁରୁବାର ବାଲିଘାଇ ଫାଣ୍ଡି ଏବଂ ସଦର ଥାନାରେ ଏ ନେଇ ପୃଥକ ଭାବେ ୨ଟି ଅଭିଯୋଗ ହୋଇଛି। ଥାନାରେ ଅଜୟଙ୍କ ବାପା ସିନ୍ଧୁ ବେହେରା ଏବଂ ଫାଣ୍ଡିରେ ତାଙ୍କ ସାଙ୍ଗ ନବଘନ ସ୍ବାଇଁ ଏତଲା ଦେଇଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ସନ୍ଦେହ କରୁଛି।
ଉଭୟଙ୍କ ଅଭିଯୋଗରେ ଦର୍ଶାଯାଇଛି, ଗତ ୨୪ତାରିଖରେ ଅଜୟ ଓ ନବଘନ ଏକ ବାଇକ ଯୋଗେ କୌଣସି କାମରେ ପୁରୀ ଯାଇ ଘରକୁ ଫେରୁଥିଲେ। ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁହେଁ ଗଡ଼ଭିଙ୍ଗୁରା ଛକରେ ଠିଆହୋଇଥିଲେ। ଏହି ସମୟରେ ନୂଆଗାଁର ଅକ୍ଷୟ ଓ ତାଙ୍କ ସହଯୋଗୀ ଦୁଇଟି ବାଇକରେ ଆସି ସେମାନଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିଥିଲେ। ପରେ ଅଜୟଙ୍କୁ ବାଇକ୍‌ ସହ ଅପହରଣ କରିନେଇଥିଲେ। ନବଘନ ଗ୍ରାମକୁ ଯାଇ ଅଜୟଙ୍କ ପରିବାର ଲୋକଙ୍କୁ ଏହା ଜଣାଇଥିଲେ। ସେମାନେ ଗଇଁଡୋଳ, ଗଡଭିଙ୍ଗୁରା ଆଦି ଗ୍ରାମରେ ଖୋଜାଖୋଜି କରି ନିରାଶ ହେବା ପରେ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଘଟଣା ପରଠୁ ଅଜୟଙ୍କ ମୋବାଇଲ ଫୋନ ସୁଇଚ୍‌ ଅଫ୍‌ ରହିଛି। ଫଳରେ ପରିବାରବର୍ଗ ଚିନ୍ତାରେ ପଡ଼ିଛନ୍ତି। ଅପହରଣକାରୀଙ୍କ କବଳରୁ ପୁଅକୁ ଉଦ୍ଧାର କରିବା ଲାଗି ସେମାନେ ପୋଲିସକୁ ଆକୁଳ ନିବେଦନ କରିଛନ୍ତି। ଏ ନେଇ ତଦନ୍ତ ଜାରିରହିଥିବା ପୋଲିସ କହିଛି। ମିଳିଥିବା ସୂଚନା ଅନୁଯାୟୀ, ଜମିବାଡ଼ିକୁ କେନ୍ଦ୍ରକରି ଅଜୟ (ଅପହୃତ) ଓ ଅକ୍ଷୟ (ଅପହରଣକାରୀ)ଙ୍କ ପରିବାର ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗିରହିଛି। କୌଣସି ଏକ ଘଟଣାରେ ଅଜୟ ଜେଲ୍‌ ଯାଇ ଜାମିନରେ ଆସିଥିଲେ। ଏହାପରେ ଅଜୟ ଓ ଅକ୍ଷୟ ମୁହାଁମୁହିଁ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri