Posted inଜାତୀୟ

ମାରିଦେବାକୁ ଯୋଜନା କରି ଚଳନ୍ତା କାର୍‌ରୁ ବୋହୂଙ୍କୁ ଠେଲି ଦେଲେ ଶାଶୁ ଘର ଲୋକେ

ଚେନ୍ନାଇ,୧୧।୬: ତାମିଲନାଡୁର ଆରତି ଅରୁଣ(୩୮) ନାମକ ଜଣେ ମହିଳାଙ୍କୁ ତାଙ୍କ ଶାଶୁ ଘର ଲୋକେ ଚଳନ୍ତା କାର୍‌ରୁ ଠେଲି ଦେଇ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କାରଣ ଏମିତି କିଛି ଦୃଶ୍ୟ ସିସିଟିଭି କ୍ୟାମେରାରେ ରେକର୍ଡ ହେବା ପରେ ଘଟଣା ସାମ୍ନାକୁ ଆସିଛି। ଉକ୍ତ ଭିଡିଓ ଅନୁଯାୟୀ କାର ଡୋର୍‌ ଖୋଲି ମଝି ରାସ୍ତାରେ ମହିଳା ଜଣକ ହଠାତ୍‌ ପଡି ଯାଉଥିବା ଦେଖାଯାଇଛି। ସୂଚନା ମୁତାବକ ଆରତିଙ୍କ ବିବାହ ୨୦୦୮ ମସିହାରେ ହୋଇଥିବା ବେଳେ ପାରିବାରିକ କଳହ ଯୋଗୁ ୨୦୧୪ରେ ସେ ତାଙ୍କ ସ୍ବାମୀଙ୍କ ଠାରୁ ଅଲଗା ହୋଇଯିବାକୁ କୋର୍ଟରେ ନିବେଦନ କରିଥିଲେ। ଇତିମଧ୍ୟରେ ପୁଣି ଥରେ ସବୁର ସମାଧାନ କରି ନୂଆ ଜୀବନ ଆରମ୍ଭ କରିବାକୁ କହି ତାଙ୍କ ସ୍ବାମୀ ତାଙ୍କୁ ପାଖକୁ ଡାକି ଆଣିଥିଲେ। ଏହାପରେ ତାଙ୍କୁ ମାରି ଦେବାକୁ ଉଦ୍ୟମ କରି ଚଳନ୍ତା କାରରୁ ଠେଲି ଦିଆଯାଇଥିବା ଏବେ ସେ ଅଭିଯୋଗ କରିଛନ୍ତି। କାରଣ ସେ ତାଙ୍କ ସ୍ବାମୀଙ୍କ ଉପରେ ବିଶ୍ୱାସ କରି ଶାଶୁ ଘର ଫେରିଥିବା ବେଳେ ଏହା କିନ୍ତୁ ଭୁଲ୍‌ ଥିଲା ବୋଲି ସେ କହିଛନ୍ତି। ଏବେ ତାଙ୍କ ସ୍ବାମୀ ଓ ଶାଶୁ ଘର ଲୋକେ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri