ମାରିସା ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୬ା୯: ବାରିପଦା ସହରରେ ଦିନକୁ ଦିନ ଅଳିଆ ଆବର୍ଜନା ଜମିବାରେ ଲାଗିଛି । ସହରର ଗଳିକନ୍ଦିରେ କୁଢ କୁଢ ଆବର୍ଜନା ପଚିସଢି ପରିବେଶକୁ ଦୂଷିତ କରୁଛି। ମ୍ୟୁନିସିପାଲଟି ପକ୍ଷରୁ ଏସବୁକୁ ସଫା ସୁତୁରା କରାଯାଉ ନ ଥିବାରୁ ମଶା ମାଛିଙ୍କ ବଂଶ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ବସବାସ କରୁଥିବା ଲୋକମାନଙ୍କୁ ମ୍ୟାଲେରିଆ ଓ ଡେଙ୍ଗୁ ଭଳି ରୋଗ ବ୍ୟାପିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା) ପକ୍ଷରୁ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ମ୍ୟୁନିସିପାଲଟି ପକ୍ଷରୁ ଅଳିଆ ଆବର୍ଜନା ସଫା କରିବା ସହ ବ୍ଲିଚିଙ୍ଗ, ମଶମରା ତେଲ, ଫିନାଇଲ ଆଦି ବ୍ୟବହାର କରିବାକୁ ଦାବି କରାଯାଛି। ସେହିପରି ମଶା ଧୂଆଁ ଗାଡି, ଗାଁ କଲ୍ୟାଣ ସମିତି ଜରିଆରେ ପରିବେଶ ସଫା ସୁତୁରା, ପଞ୍ଚାୟତ ପକ୍ଷରୁ ଖାଲ ଗୁଡିକ ସମତୁଲ କରିବା ଓ ମ୍ୟାଲେରିଆ ପ୍ରବଣ ଅଞ୍ଚଳରେ ମଶାରୀ ପ୍ରଦାନ କରିବା ପାଇଁ ଦାବି ହୋଇଛି । ଉଲ୍ଲେଖଯୋଗ୍ୟ, ବାରିପଦା ସହରରେ ବିଗତ ୩ ବର୍ଷ ମଧ୍ୟରେ ୬୦ ହଜାର ୩୪ ଜଣ ଲୋକ ମ୍ୟାଲେରିଆ ଓ ୧୭୯ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ମ୍ୟାଲେରିଆ ଓ ଡେଙ୍ଗୁର ପ୍ରତିଷେଧକ ଟୀକା ଓ ସ୍ବଚ୍ଛତା ପ୍ରତି ଦୃଷ୍ଟି ଦେଇ ସଚେତନତା ସୃଷ୍ଟି କରାଯାଉ ବୋଲି ମାରିସା ପକ୍ଷରୁ ଦାବି କରାଯାଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିଛି। ଅନ୍ୟମାନଙ୍କ ମଧ୍ୟରେ ମାରିସାର ଜିଲା ସଭାପତି ଅର୍ଜ୍ଜୁନ ମୁର୍ମୁ, ଉପସଭାପତି ରଘୁନାଥ ମୁର୍ମୁ, ପରେଶ ମାଣ୍ଡି, ଶଙ୍ଖର ବାସ୍କେ, ପ୍ରଭାସ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri