ମାର୍କେଟ କମ୍ପ୍ଲେକ୍ସ ନିର୍ମାଣକୁ ବିରୋଧ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ

ରିଆମାଳ,୪।୧୨(ଡି.ଏନ୍‌.ଏ.)-ଦେବଗଡ଼ ଜିଲା ରିଆମାଳ ବ୍ଲକ ସଦର ମହକୁମା ଅଧୀନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହତାରେ ଥିବା ପୁରୁଣା ମାର୍କେଟ କମ୍ପ୍ଲେକ୍ସକୁ ଭାଙ୍ଗି ନୂତନ ଭାବେ ନିର୍ମାଣ କରାଯିବାକୁ ରିଆମାଳ ଗ୍ରାମବାସୀ ବିରୋଧ କରିଛନ୍ତି ା ଏ ନେଇ ସେମାନେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ା
୧୯୫୯ରେ ସ୍କୁଲ ହତାରେ ଏକ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇଥିଲା ା ଏଥିଯୋଗୁ ସ୍କୁଲର ସୌନ୍ଦର୍ଯ୍ୟ ଏବଂ ପରିବେଶ ପ୍ରଭାବିତ ହୋଇଥିଲା ା ସେହି ଦୋକାନଘରଗୁଡିକ ଭାଙ୍ଗିରୁଜି ଯିବା ପରେ ନୂତନ ଭାବେ ନିର୍ମାଣ ପାଇଁ ଯୋଜନା ହେଉଛି ା ଏକଥା ଜଣା ପଡ଼ିବାପରେ ଗ୍ରାମବାସୀ ତଥା ମୋ ସ୍କୁଲ ଅଭିଯାନ କମିଟି ତରଫରୁ ଏହାକୁ ବିରୋଧ କରାଯାଇଛି ା ଉକ୍ତ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯାଉ ଓ ସ୍କୁଲ ଜମି ଫେରାଇ ଦିଆଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି ା ଅନ୍ୟପକ୍ଷେ ଉକ୍ତ ଦୋକାନ ଗୃହଗୁଡିକୁ ଅନ୍ୟତ୍ର ନିର୍ମାଣ କରାଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି ା ଏ ନେଇ ସେମାନେ ଏକ ଦାବିପତ୍ର ବିଡିଓ ଦିବ୍ୟଶଙ୍କର ଜୟପୁରିଆଙ୍କୁ ବୁଧବାରି ପ୍ରଦାନ କରିଛନ୍ତି ା ଏ ସଂକ୍ରାନ୍ତରେ ବିଡିଓ ଜୟପୁରିଆ କହିଛନ୍ତି ଗ୍ରାମବାସୀଙ୍କ ଦାବିପତ୍ର ପାଇଛି ା ଏହି ଅଭିଯୋଗର ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ା ଗ୍ରାମବାସୀଙ୍କ ତରଫରୁ ଶିକ୍ଷକ ଯୋଗେଶ୍ୱର ବିଶ୍ୱାଳ, ହାଇସ୍କୁଲ ମୋ ସ୍କୁଲ ଅଭିଯାନ ସଭାପତି ଯଦୁମଣୀ ସାହୁ, ହରିଶ୍ଚନ୍ଦ୍ର ବିଶ୍ୱାଳ, ଶିକ୍ଷକ ରମାକାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri