ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା: ଆଉ ୪ ଗିରଫ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ଆଉ ୪ ଜଣଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ତେବେ ଗିରଫ ହୋଇଥିବା ୪ ଜଣ ନାବାଳକ ହୋଇଥିବା ବେଳେ ସ୍କୁଲ କଲେଜରେ ପାଠପଢ଼ୁଥିବା ସୂଚନା ମିଳିଛି। ଏହି ଘଟଣାରେ ପୋଲିସ ମୋଟ୍‌ ୨୨ ଜଣଙ୍କୁ ଗିରଫ କରିଛି। ଉକ୍ତ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଥିଲେ। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ ସାବାଳକ ଥିଲେ।
ପ୍ରକାଶଯୋଗ୍ୟ, ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ୩୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ମୁହଁରେ କଳାକନା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ମାର୍କେଟ ବିଲ୍ଡିଂ ଭିତରକୁ ପଶି ଆସିଥିଲେ। କେହି କିଛି ବୁଝିବା ପୂର୍ବରୁ ସେମାନେ ଅତର୍କିତ ଆକ୍ରମଣ କରି ୩୦ରୁ ଊର୍ଦ୍ଧ୍ୱ ଦୋକାନ ଭାଙ୍ଗି ଚୂରମାର କରିଦେଇଥିଲେ। ପ୍ରାୟ ୧୦ ମିନିଟ ଧରି ଆତଙ୍କ ଖେଳାଇ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ କରିଥିଲେ। ଏଥିରେ ୨ଜଣ ଦୋକାନୀ ଗୁରୁତର ହୋଇଥିଲେ। ମାତ୍ର ଆକ୍ରମଣର ଶିକାର ୨ ଦୋକାନୀ ଆକ୍ରମଣକାରୀଙ୍କ ସହ ଲଢ଼ି ୨ଜଣଙ୍କୁ କାବୁ କରିନେଇଥିଲେ। ସେମାନଙ୍କୁ ପୋଲିସ ଜିମା ଦିଆଯାଇଥିଲା। ତେବେ ଗୁରୁବାର ଜଣେ ଯୁବତୀଙ୍କ ସହ ଏକ ଦୋକାନୀଙ୍କ ଜିନିଷ କିଣା ମୂଲଚାଲକୁ ନେଇ ସୃଷ୍ଟ ବଚସା ଓ ମାରପିଟ୍‌ରୁ ଶୁକ୍ରବାର ଏଭଳି ହିଂସାକାଣ୍ଡ ଘଟିଥିବା ଡିସିପି ଅନୁପ କୁମାର ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri