ମାର୍ଚ୍ଚ ପହିଲାରୁ ଗାଡିଯାଞ୍ଚ କଡ଼ାକଡ଼ି: ପରିବହନ କାର୍ଯ୍ୟାଳୟରେ ଭିଡ଼

ବ୍ରହ୍ମପୁର ଅଫିସ,୨୯ା୨: ମୋଟରଯାନ ଆଇନ କୋହଳ ସମୟସୀମାର ଶନିବାର ଶେଷ ଦିନ। ମାର୍ଚ୍ଚ ୧ ତାରିଖ ଅର୍ଥାତ୍‌ ରବିବାରଠାରୁ ଏହି ନିୟମ କଡ଼ାକଡି କରାଯିବ। ଗଞ୍ଜାମ ଜିଲାରେ ମଧ୍ୟ ନିୟମକୁ କଡ଼ାକଡ଼ି କରାଯିବାକୁ ଥିବା ବେଳେ ଯେଉଁମାନେ ଏଯାବତ୍‌ ଗାଡିର ଆବଶ୍ୟକ କାଗଜପତ୍ର ଠିକ୍‌ କରିନାହନ୍ତି, ସେମାନଙ୍କ ମଧ୍ୟରେ ଭୟ ଦେଖାଯାଇଛି। ଲୋକଙ୍କୁ ଯଥେଷ୍ଟ ସମୟ ଦିଆଯାଇଥିଲା ବେଳେ ଦୁଇଦିନ ପୂର୍ବରୁ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଫିସରେ ଅସ୍ଥାୟୀ ଭାବେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡ଼ି ଚାଳକଙ୍କ ଆବଶ୍ୟକ କାଗଜପତ୍ର କରିବା ସକାଶେ ଏକ ଅସ୍ଥାୟୀ କ୍ୟାମ୍ପ ଖୋଲା ଯାଇଥିଲା। ଏବେ ସୁଦ୍ଧା ଲର୍ନିଂ ଲାଇସେନ୍ସ ଓ ଲାଇସେନ୍ସ ପାଇବା ପାଇଁ ପରିବହନ କାର୍ଯ୍ୟାଳୟରେ ଲୋକଙ୍କ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri