ମାର୍ଚ୍ଚ ସୁଦ୍ଧା ବିପିସିଏଲ୍‌, ଏୟାର ଇଣ୍ଡିଆର ଘରୋଇକରଣ

ନୂଆଦିଲ୍ଲୀ,୧୭-୧୧: ୨୦୨୦ ମାର୍ଚ୍ଚ ସୁଦ୍ଧା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌ ) ଏବଂ ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ସମସ୍ତ ପ୍ରକ୍ରିୟା ଶେଷ ହେବ। ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ ଜାତୀୟ ମୁଦ୍ରିତ ଗଣମାଧ୍ୟମକୁ ସାକ୍ଷାତ୍‌କାରରେ ଏହି ସୂଚନା ଦେଇଛନ୍ତି। କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆକୁ ସମ୍ପୂର୍ଣ୍ଣ ଘରୋଇକରଣ କରିବା ଲାଗି ସରକାର ପ୍ରୟାସ ଜାରି ରଖିଛନ୍ତି। ଏହି ଧାରାରେ ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ରୋଡ ଶୋ’ ମଧ୍ୟ ଆୟୋଜନ କରାଯାଇଛି। ନିବେଶକମାନେ ଏୟାର ଇଣ୍ଡିଆ ଲାଗି ଭଲ ରେସପନ୍ସ ଦେଖାଇଥିବା ଜଣାପଡିଛି। ଏହି ଦୁଇ କମ୍ପାନୀର ପୁଞ୍ଜି ପ୍ରତ୍ୟାହାର କାର୍ଯ୍ୟକୁ ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ସାରିବାକୁ ସରକାର ସମସ୍ତ କାର୍ଯ୍ୟପନ୍ଥା ଗ୍ରହଣ କରୁଥିବା ନିର୍ମଳା ସ୍ପଷ୍ଟ କରିଛନ୍ତି।
ସୀତାରାମନ କହିଛନ୍ତି ଯେ, ଚଳିତ ଆର୍ଥତ୍କ ବର୍ଷରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲକ୍ଷ୍ୟ ନେଇ ସରକାର ଅଗ୍ରସର ହେଉଛନ୍ତି। ଏହାବାଦ ଏହି ୨ କମ୍ପାନୀର ଅଂଶଧନ ବିକ୍ରି ପଦକ୍ଷେପ ଗ୍ରହଣ କରାଯାଇଛି। ଏୟାର ଇଣ୍ଡିଆ ଅଂଶଧନ ବିକ୍ରି ଲାଗି ସରକାର ପୂର୍ବରୁ ଚେଷ୍ଟା ଜାରି ରହିଥିଲେ ମଧ୍ୟ ଏବେ ଯାଏ ଏଦିଗରେ କୌଣସି ନିର୍ଯାସ ବାହାରି ନାହିଁ। ମାନ୍ଦାବସ୍ଥା ଉପରେ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଏଭଳି ସ୍ଥିତିକୁ ଲଢିବା ଲାଗି ସରକାର ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରିଛନ୍ତି। ଅନେକ କ୍ଷେତ୍ର ଧୀରେ ଧୀରେ ମାନ୍ଦାବସ୍ଥା କବଳରୁ ବାହାରିବାକୁ ଆରମ୍ଭ କରିଛନ୍ତି। ଶିଳ୍ପ କ୍ୟାପଟେନମାନେ ନୂଆ ନିବେଶ ନେଇ ଯୋଜନା ରଖିଥିବା ବେଳେ କମ୍ପାନୀଗୁଡିକର ବାଲାନ୍ସ ଶିଟରେ ଉନ୍ନତି ଆଣିବା ଲାଗି କମ୍ପାନୀଗୁଡିକ ଚେଷ୍ଠା ବଜାୟ ରଖିଛନ୍ତି।
ଅପରପକ୍ଷରେ ଜିଏସ୍‌ଟି ଚୋରିକୁ ରୋକିବା ଦିଗରେ ସରକାର ଯୋଜନା ହାତକୁ ନେଇଛନ୍ତି। ବିଭିନ୍ନ ବର୍ଗର ସାମଗ୍ରୀ ବିକ୍ରିରେ ଉନ୍ନତି ଆସିଲେ ରାଜସ୍ବ ସଂଗ୍ରହ ଉନ୍ନତ ହେବା ନେଇ ଆଶାବାଦୀ ରହିଥିବା ସେ ମତ ରଖିଛନ୍ତି। ପାର୍ବଣ ସମୟରେ ବ୍ୟାଙ୍କଗୁଡିକ ଆଉଟରିଚ୍‌ କାର୍ଯ୍ୟକ୍ରମ ଦ୍ୱାରା ସାରା ଦେଶରେ ଋଣ ଯୋଗାଣ କରିଥିବାରୁ ଗ୍ରାହକଙ୍କ ମନୋଭାବରେ ଉନ୍ନତି ଆସିଥିବା ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri