ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଢେଙ୍କାନାଳ ଅଫିସ, ୫।୨- ଢେଙ୍କାନାଳ ସର୍କିଟ୍‌ ହାଉସ୍‌ ପରିସରରେ ମଙ୍ଗଳବାର ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୧୦ ପକ୍ଷରୁ ଜିଲା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି ଏବଂ ଅବକାରୀ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କମିଟି ଅଧ୍ୟକ୍ଷ ବିଧାୟକ ସୁବ୍ରତ ତରାଇ, ସଦସ୍ୟ ବିଧାୟକ ମୌଷଧି ବାଗ୍‌ ଏହି ଗସ୍ତରେ ଆସିଥିଲେ। ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଜିଲାରେ ବିଦ୍ୟୁତ୍‌ ଯୋଗାଣକୁ ଗୁଣାତ୍ମକ କରିବା ଜରୁରୀ ହୋଇପଡ଼ିଛି। ମାର୍ଚ୍ଚ ସୁଦ୍ଧା ସବୁ ଗଁାକୁ ଯେପରି ବିଦ୍ୟୁତ୍‌ ସଂଯୋଗ ସମ୍ପୂର୍ଣ୍ଣ ହେବ ଏବଂ ଏହି କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ କମିଟି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲାର ୭୭୩ ଗ୍ରାମ ମଧ୍ୟରୁ ୬୨୩ ଗ୍ରାମରେ ବିଦ୍ୟୁତ୍‌ ସଂଯୋଗ ଉପଲବ୍ଧ ଥିବା ସେସୁ ପକ୍ଷରୁ ସୂଚନା ଦିଆଯାଇଛି। ଆଗକୁ ମାଟ୍ରିକ୍‌ ପରୀକ୍ଷା ଥିବାରୁ ବିଦ୍ୟୁତ୍‌ କାଟ କମାଇବା, ଏଲିଫ୍ୟାଣ୍ଟ କରିଡରରେ ବିପଦସଙ୍କୁଳ ତାର ଚିହ୍ନଟ କରି ମରାମତି କରିବା, ବିଦ୍ୟୁତ୍‌ ଆଘାତ ଜନିତ ଦୁର୍ଘଟଣା ଯଥାସମ୍ଭବ ହ୍ରାସ କରିବା ଦିଗରେ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀଙ୍କୁ ପରାମର୍ଶ ଦିଆଯାଇଛି। ଏ ସଂକ୍ରାନ୍ତରେ ୧୫ଦିନ ମଧ୍ୟରେ ଏକ ସମୀକ୍ଷା କରି ରିପୋର୍ଟ ଦେବାକୁ କମିଟି ଅଧ୍ୟକ୍ଷ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆ ଗ୍ରୀଡ୍‌ ପ୍ରତିଷ୍ଠା ଏବଂ ଅଧିକ ଟ୍ରାନ୍ସଫର୍ମର ଆବଶ୍ୟକ ହେଲେ କମିଟିକୁ ଜଣାଇବା ପାଇଁ କୁହାଯାଇଛି।
ରାଜସ୍ବ ବିଭାଗର ସମୀକ୍ଷା ସମୟରେ ଜିଲାର ରାଜସ୍ବ ବୃଦ୍ଧି କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଜାତୀୟ ରାଜପଥ ସମ୍ପ୍ରସାରଣ, ଶିଳ୍ପ ପ୍ରତିଷ୍ଠା ସମୟରେ ଶତ ପ୍ରତିଶତ କ୍ଷତିଗ୍ରସ୍ତଙ୍କୁ ଆବଶ୍ୟକ କ୍ଷତିପୂରଣ ପ୍ରଦାନ କରିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଅନୁସୂଚିତ ଜାତି ଓ ଜନଜାତି ପରିବାରକୁ ଜମି ପଟ୍ଟା ପ୍ରଦାନ, ଖଣି ଖାଦାନ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରଖିବା, ବେଆଇନ ଖନନ, ଚୋରା କାରବାର ରୋକିବା, ଚୋରା ନିଶା, ଡ୍ରଗ୍ସ ବେପାର ଉପରେ ଅଙ୍କୁଶ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲାରେ ବିଷାକ୍ତ ମଦ୍ୟପାନ କରି ଯେପରି କେହି ମୃତ୍ୟୁମୁଖରେ ନ ପଡ଼ନ୍ତି ସେ ଦିଗରେ ଦୃଷ୍ଟି ଦେବାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri