Posted inଖେଳ

ମାର୍ଚ୍ଚ ୧ରୁ ଚେପକରେ ଧୋନୀ

ଚେନ୍ନାଇ,୧୬।୨- ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ତାଙ୍କ ଅବସର ନେଇ କିଛି ସ୍ପଷ୍ଟ ନ ଥିବାବେଳେ ସେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ଖେଳିବା ନିଶ୍ଚିତ। ମାର୍ଚ୍ଚ ୨୯ ତାରିଖରୁ ଆଇପିଏଲର ୧୩ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏଥିପୂର୍ବରୁ ସେ ଚେନ୍ନାଇର ଚେପକ ଗ୍ରାଉଣ୍ଡରେ ଆସନ୍ତା ୧ ତାରିଖରୁ ଅଭ୍ୟାସ ଆରମ୍ଭ କରିବେ। ସେ ଏଠାରେ ୨ ସପ୍ତାହ ଅଭ୍ୟାସ କରିବେ। ପରେ ୪ରୁ ୫ ଦିନ ପାଇଁ ରାଞ୍ଚି ଚାଲିଯିବେ। ପୁଣି ଆଇପିଏଲ ପୂର୍ବରୁ ଏଠାରେ ଟ୍ରେନିଂ କରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ପୂର୍ବରୁ କଦାପି ଧୋନୀ ଏତେ ଆଗରୁ ଆସି ଅଭ୍ୟାସ କରି ନାହାନ୍ତି। ଆଗରୁ ସେ ଭାରତୀୟ ଦଳର କାର୍ଯ୍ୟରେ ବ୍ୟସ୍ତ ଥିଲେ। ଲମ୍ବା ବ୍ରେକ ଯୋଗୁ ଧୋନୀ ପୂରା ଫ୍ରେସ ଥିବେ ବୋଲି ଆଶା କରାଯାଉଛି। ତାଙ୍କ ସହ ସୁରେଶ ରାଇନା ଓ ଅମ୍ବାତି ରାୟୁଡୁ ମଧ୍ୟ ଏଠାରେ ଟ୍ରେନିଂ କରିବେ। ଅନ୍ତର୍ଜାତୀୟ ସ୍ତରରେ ଉପଲବ୍ଧ ହେବା ପରେ ଖେଳାଳିମାନେ ଧିରେ ଧିରେ ଟ୍ରେନିଂରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri