ମାର୍ଚ୍ଚରୁ ପିଏମ୍‌ଜିଏସ୍‌ଓ୍ବାଇ-୩

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସ୍କୁଲ ଓ ଗ୍ରାମାଞ୍ଚଳରେ ଥିବା ହସ୍ପିଟାଲଗୁଡିକୁ ରାସ୍ତା ସଂଯୋଗ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)-୩ରେ ଅନ୍ତର୍ଭୁକ୍ତ କରାଯିବ।
ମିଳିଥିବା ସୂଚନା ଅନୁଯାୟୀ ପିଏମ୍‌ଜିଏସ୍‌ଓ୍ବାଇ-୩ ଚଳିତବର୍ଷ ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଏହି ଯୋଜନା ଅଧୀନରେ ଗ୍ରାମୀଣ କୃଷି ବଜାର, ଉଚ୍ଚ ମାଧ୍ୟମିକ ସ୍କୁଲ ଏବଂ ହସ୍ପିଟାଲଗୁଡିକ ପାଇଁ ରାସ୍ତା ନିର୍ମାଣ କରାଯିବ। ରାସ୍ତା ନିର୍ମାଣ ପୂର୍ବରୁ ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ(ଡିପିଆର) କରିବାକୁ ଯୋଜନା କରାଯାଇଛି। ଆସନ୍ତା ଫେବୃୟାରୀ ୨୫ ତାରିଖ ସୁଦ୍ଧା ଜିଲା ପରିଷଦ ପକ୍ଷରୁ ପ୍ରସ୍ତାବ ଦାଖଲ ଓ ଅନୁମୋଦନ ଶେଷ କରିବାକୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜିଲା ପରିଷଦ ଅନୁମୋଦନ ପାଇବା ପରେ ସମସ୍ତ ରାସ୍ତା ନିର୍ମାଣ ତାଲିକା ରାଜ୍ୟ ସରକାରଙ୍କ ନିକଟରେ ଦାଖଲ କରାଯିବ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଷ୍ଟାଣ୍ଡିଂ କମିଟି (ଏସ୍‌ଏଲ୍‌ଏସ୍‌ସି)ବୈଠକରେ ଫେବୃୟାରୀ ଶେଷ ସୁଦ୍ଧା ଏଥିପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମାର୍ଚ୍ଚ ୪ ତାରିଖ ସୁଦ୍ଧା ଡିପିଆର ପଠାଇବାକୁ କେନ୍ଦ୍ର ସରକାର ଚୂଡାନ୍ତ ସମୟ ଧାର୍ଯ୍ୟ କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ପିଏମ୍‌ଜିଏସ୍‌ଓ୍ବାଇ-୩ ରାସ୍ତା ପାଇଁ ଅର୍ଥ ବରାଦ କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି।
ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ୨୦୧୮-୧୯ ବଜେଟ ଉପସ୍ଥାପନ ବେଳେ ଘୋଷଣା କରିଥିଲେ। ୨୦୧୯ ଜୁଲାଇରେ ଏହାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିଲା। ଉକ୍ତ ଯୋଜନାରେ କେନ୍ଦ୍ର ସରକାର ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୧ ଲକ୍ଷ ୨୫ ହଜାର କିଲୋମିଟର ଲମ୍ବା ରାସ୍ତା ନିର୍ମାଣ କରିବାକୁ ପ୍ରାୟତଃ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୮୦,୨୫୦ କୋଟି ଟଙ୍କା ଖର୍ଚ୍ଚ ହେବ। କେନ୍ଦ୍ର ସରକାର ଏଥିପାଇଁ ୫୩ ହଜାର ୮୦୦ କୋଟି ଟଙ୍କା ବହନ କରିବା ବେଳେ ରାଜ୍ୟ ଗୁଡିକର ଅଂଶଧନ ରହିବ ୨୬ ହଜାର ୪୫୦ କୋଟି ଟଙ୍କା। ଏହି ପ୍ରକଳ୍ପ ୨୦୧୯-୨୦ରୁ ୨୦୨୪-୨୫ ମଧ୍ୟରେ କାର୍ଯ୍ୟକାରୀ ହେବ। ଏଥିରେ ୮ଟି ଉତ୍ତର ପୂର୍ବ ରାଜ୍ୟ ଏବଂ ୩ଟି ହିମାଳୟ ପାର୍ବତ୍ୟ ରାଜ୍ୟ (ଜାମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡ)ଗୁଡିକର ଅଂଶଧନ ୯୦:୧୦ ରହିବ। ପିଏମ୍‌ଜିଏସ୍‌ଓ୍ବାଇ-୧ ଏବଂ ପିଏମ୍‌ଜିଏସ୍‌ଓ୍ବାଇ-୨ରେ କେନ୍ଦ୍ର ସରକାର ୧୬ ହଜାର ୫୫୦ କୋଟି ଟଙ୍କାର ୬୫ ହଜାର ୩୪୧ କି.ମି. ରାସ୍ତା ନିର୍ମାଣ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ସେଥିରୁ ୨୦୧୯ ଡିସେମ୍ବର ମଧ୍ୟରେ ୧୪ ହଜାର ୨୧୨ ପ୍ରକଳ୍ପ ଅଧୀନ ୫୬ ହଜାର କିଲୋମିଟର ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଅବଶିଷ୍ଟ ୨,୩୩୮ ରାସ୍ତା ନିର୍ମାଣ ପ୍ରକଳ୍ପ ବିଭିନ୍ନ ପର୍ଯ୍ୟାୟରେ ରହିଛି। ସେହି ପ୍ରକଳ୍ପ ଅଧୀନରେ ୧୭,୦୭୯ ଯୋଗ୍ୟ ବିବେଚିତ ଜନବସତି ମଧ୍ୟରୁ ୭୯୮ ଜନବସତିକୁ ଏ ପର୍ଯ୍ୟନ୍ତ ଯୋଗାଯୋଗ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri