ଯାଜପୁର ଅଫିସ,୨୦।୮- ଯାଜପୁରରୋଡ ଥାନା ମାର୍ଥାପୁର ଗ୍ରାମରେ ଏକ ଦଳିତ ପରିବାରଙ୍କୁ ମରଣାନ୍ତକ ଆକ୍ରମଣ ଓ ଘରପୋଡି ଅଭିଯୋଗ ଘଟଣା ଏବେ ଭିନ୍ନ ମୋଡ ନେଇଛି। ଯାଜପୁରରୋଡ ଥାନାରେ ୧୪୭/ ୧୪୮/ ୩୨୩/ ୨୯୪/ ୩୨୪/ ୩୫୪/ ୧୪୯, ଆଇପିସି ଏବଂ ଅନୁସୂଚିତ ଜାତି ଓ ଜନଜାତି ଅତ୍ୟାଚାର ନିରୋଧ ଆଇନ(ଆଟ୍ରୋସିଟି ଆକ୍ଟ) ଉପରେ ଏକ ଯୁଗ୍ମ ତଦନ୍ତ କରି ସରକାରଙ୍କୁ କ୍ଷତିପୂରଣ ଦେବାକୁ ସୁପାରିଶ କରାଯାଇଛି ା ଏହି ଘଟଣା ଉପରେ ଦାନଗଦି ତହସିଲଦାର ବୁଲବୁଲ ବେହେରା ଓ ଯାଜପୁରରୋଡ ଏସଡିପିଓ କେଦାରନାଥ ସାହୁ ୩୦ା୪ା୨୦୧୯ରେ ଯୁଗ୍ମ ତଦନ୍ତ କରିଥିଲେ ା ତଦନ୍ତ ସମୟରେ ମାର୍ଥାପୁର ଗ୍ରାମର ମାନସକୁମାର ସେଠୀ, ହରିହର ସେଠୀ ଓ ହେମଲତା ସେଠୀଙ୍କ ଉପରେ ଆକ୍ରମଣ କରାଯାଇ ଅତ୍ୟାଚାର ହୋଇଥିଲା। ସେମାନଙ୍କୁ ନିର୍ଦ୍ଦିଷ୍ଟ ଜାତିର ଆଖ୍ୟା ଦେଇ ଗାଳିଗୁଲଜ କରିବା ସହିତ ତାଙ୍କ ଘର ପୋଡି ଦିଆଯାଇଥିଲା। ଏହି ଘଟଣାରେ ସେହି ଗ୍ରାମର ୯ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ ୧୭ା୫ା୨୦୧୯ରେ ଜିଲାପାଳଙ୍କ ନିକଟରେ ରିପୋର୍ଟ ଦାଖଲ କରାଯାଇଛି ା ରିପୋର୍ଟରେ ଆଟ୍ରୋସିଟିର ଶିକାର ହୋଇଥିବା ୩ଜଣଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୬ଲକ୍ଷ ଟଙ୍କା ପ୍ରଦାନ କରିବାକୁ ସୁପାରିଶ ହୋଇଛି। ଏଫ୍ଆଇଆର ସ୍ଥିତି ସମୟରେ ୧ଲକ୍ଷ ଟଙ୍କା, ଚାର୍ଜସିଟ ଦାଖଲ ପରେ ୫୦ ହଜାର ଓ ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେବା ପରେ ୫୦ହଜାର ଟଙ୍କା ଲେଖାଏ ପାଇବେ ବୋଲି ରିପୋର୍ଟରେ ସୁପାରିଶ କରାଯାଇଛି। ଆଇନ ଅନୁସାରେ ଏଟ୍ରୋସିଟି ଆକ୍ଟରେ ଶିକାର ହୋଇଥିବା ବ୍ୟକ୍ତି ଏହି କ୍ଷତିପୁରଣ ପାଇବେ ବୋଲି କୁହାଯାଇଛି। ସୂଚନାଯୋଗ୍ୟ ଯେ, ୧୬ା୬ା୨୦୧୮ରେ ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ମାର୍ଥାପୁର ଗ୍ରାମରେ ଏକ ଦଳିତ ପରିବାରର ୫ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏଥିରେ ଜଣେ ଗୁରୁତର ଆହତ ହୋଇଥିବାବେଳେ ଜଣେ ନାବାଳିକାଙ୍କୁ ମଧ୍ୟ ମାଡ଼ ମାରି ଟଣାଓଟଣା କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ୯ଜଣଙ୍କୁ ଅଭିଯୁକ୍ତ କରାଯାଇଥିବାବେଳେ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। ବାକି ୮ଜଣ ଅଭିଯୁକ୍ତ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ ମଧ୍ୟ ତାହା ମଞ୍ଜୁର ହୋଇ ନ ଥିଲା। ଏହାପରେ ଉପଯୁକ୍ତ ତଦନ୍ତ ହେଉ ନ ଥିବା ଦର୍ଶାଇ ଅଭିଯୋଗକାରୀମାନେ ତଦନ୍ତକାରୀ ଅଧିକାରୀ ଏସ୍ଡିପିଓଙ୍କ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲା ଉପରେ ସ୍ବତନ୍ତ୍ର କୋର୍ଟରେ ଉପସ୍ଥାପନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛି।
ମାର୍ଥାପୁରରେ ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ଏସଡିପିଓ, ତହସିଲଦାରଙ୍କ ଯୁଗ୍ମ ତଦନ୍ତ ,୬ ଲକ୍ଷ ଟଙ୍କା କ୍ଷତିପୁରଣ ସୁପାରିଶ
Posted inଆମ ଜିଲା ଖବର, ଯାଜପୁର View All
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

