ମାର୍ଶ ବାଦ୍‌, ଅଷ୍ଟ୍ରେଲିଆ ଦଳରେ ହାଣ୍ଡସ୍କମ୍ବ

ଲିଡ୍ସ, ୫।୭- ଟପ୍‌ ଅର୍ଡର ବାମହାତୀ ବ୍ୟାଟ୍ସମ୍ୟାନ ଶନ ମାର୍ଶ ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ପିଟର ହାଣ୍ଡସ୍କମ୍ବଙ୍କୁ ଦଳରେ ସାମିଲ କରାଯାଇଛି। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ ବୋର୍ଡ (ଆଇସିସି) ପକ୍ଷରୁ କୁହାଯାଇଛି। ଓଲ୍ଡ ଟ୍ରାଫୋର୍ଡଠାରେ ଗୁରୁବାର ଅଭ୍ୟାସବେଳେ ପାଟ କୁମିନ୍ସଙ୍କ ରାଇଜିଂ ଡିଲେଭରୀ ୩୫ ବର୍ଷୀୟ ମାର୍ଶଙ୍କ ରିଷ୍ଟରେ ବାଜିଥିଲା। ବିଶ୍ୱକପ୍‌ର ଟେକନିକାଲ କମିଟି ମାର୍ଶଙ୍କ ବଦଳ ଖେଳାଳି ଭାବେ ହାଣ୍ଡସ୍କମ୍ବଙ୍କୁ ଅଷ୍ଟ୍ରେଲିଆ ଦଳରେ ସାମିଲ ହେବାକୁ ଅନୁମତି ଦିଆଯାଇଛି ବୋଲି ଆଇସିସି ସ୍ପଷ୍ଟ କରିଛି। ମାର୍ଶଙ୍କ ରିଷ୍ଟ ଫ୍ୟାକଚର ହୋଇଛି। ଏଥିରୁ ମୁକୁଳିବା ଲାଗି ତାଙ୍କୁ ଅସ୍ତ୍ରୋପଚାର କରାଇବାକୁ ପଡ଼ିବ। ଅଲରାଉଣ୍ଡ ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ରିଷ୍ଟରେ ମଧ୍ୟ ଆଘାତ ଲାଗିଛି। ତାଙ୍କର ସ୍କାନ କରାଯାଇସାରିଛି। ସମସ୍ୟା ଗୁରୁତର ନୁହେଁ। ସେ ଶନିବାର ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଫିଟ୍‌ ହୋଇଯିବେ ଆଶା କରାଯାଉଛି ବୋଲି କୋଚ୍‌ ଜଷ୍ଟିନ ଲାଙ୍ଗର କହିଛନ୍ତି। ୨୮ ବର୍ଷୀୟ ହାଣ୍ଡସ୍କମ୍ବ ୨୧ ଦିନିକିଆ ଖେଳି ଗୋଟିଏ ଶତକ ଓ ୪ ଅର୍ଦ୍ଧଶତକ ଲଗାଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..

ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri