Posted inଖେଳ

ମାର୍ସେଲିନୋଙ୍କ ବଦଳରେ ଓଡ଼ିଶା ଏଫ୍‌ସିରେ ଇନ୍‌ମ୍ୟାନ

ଭୁବନେଶ୍ୱର, ୩୦।୧(କ୍ରୀଡ଼ା ପ୍ରତିନିଧି)-
ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ରେ ଖେଳାଳି ବିନିମୟ ଚୁକ୍ତି କ୍ରମରେ ଓଡ଼ିଶା ଏଫ୍‌ସି ଦଳରେ ଯୋଗ ଦେଇଛନ୍ତି ଅଷ୍ଟ୍ରେଲିଆ ଜନ୍ମିତ ସ୍କଟିଶ୍‌ ମିଡ୍‌ଫିଲ୍ଡର ବ୍ରାଡ୍‌ ଇନ୍‌ମ୍ୟାନ। ଚଳିତ ସିଜନ୍‌ରେ ସେ ପୂର୍ବରୁ ଏଟିକେ ମୋହନବାଗାନ ଦଳରେ ସାମିଲ ଥିଲେ। ଚୁକ୍ତି ଅନୁସାରେ ୨୯ ବର୍ଷୀୟ ଇନ୍‌ମ୍ୟାନ ଚଳିତ ସିଜନ୍‌ ଶେଷ ପର୍ଯ୍ୟନ୍ତ ଭୁବନେଶ୍ୱରଭିତ୍ତିକ ଦଳ ପକ୍ଷରୁ ଖେଳିବେ। ପ୍ରତିବଦଳରେ ଓଡ଼ିଶା ଏଫ୍‌ସିର ବ୍ରାଜିଲିଆନ ଫରଓ୍ବାର୍ଡ ମାର୍ସେଲୋ ଲେଇଟେ ପେରେରା ଏଟିକେ ମୋହନବାଗାନ ଦଳକୁ ଯାଇଛନ୍ତି। ପ୍ରିମିୟର ଲିଗ୍‌ କ୍ଲବ ନ୍ୟୁ କାଷ୍ଟଲ ସହିତ ଯୁବ କ୍ୟାରିୟର କଟିବା ପରେ ଇନ୍‌ମ୍ୟାନ ଅନ୍ୟ ଇଂଲିଶ୍‌ କ୍ଲବ କ୍ରିଉ ଆଲେକ୍‌ଜାଣ୍ଡ୍ରା, ପିଟରବର୍ଗ ୟୁନାଇଟେଡ ଏବଂ ରୋକ୍‌ଡେଲ୍‌ ପକ୍ଷରୁ ଖେଳିଥିଲେ। ପରେ ସେ ଅଷ୍ଟ୍ରେଲିଆ ଯାଇ ବ୍ରିସ୍‌ବେନ୍‌ ରୋଅର ପକ୍ଷରୁ ୨୦୧୯ରେ ପ୍ରତିନିଧିତ୍ୱ କରିଥିଲେ। ଏହି ପୂର୍ବତନ ସ୍କଟଲାଣ୍ଡ ୟୁଥ୍‌ ଟିମ୍‌ ସଦସ୍ୟ ଚଳିତ ସିଜନ୍‌ରେ ଏଟିକେ ମୋହନବାଗାନ ପକ୍ଷରୁ ୭ଟି ମ୍ୟାଚ ଖେଳିଥିଲେ। ଇନ୍‌ମ୍ୟାନଙ୍କୁ ସ୍ବାଗତ କରିବା ସହ କ୍ଲବ ସଭାପତି ରାଜ ଅଥଓ୍ବାଲ ଚଳିତ ସିଜନ୍‌ର ଅବଶିଷ୍ଟ ୭ଟି ମ୍ୟାଚରେ ଓଡ଼ିଶା ଏଫ୍‌ସିର ପ୍ରଦର୍ଶନରେ ଉନ୍ନତି ଆସିବା ନେଇ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?