ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ ଗ୍ରାମ ଦୁର୍ଗା ମନ୍ଦିର ଘାଟରୁ ପବିତ୍ର ଜଳ ସଂଗ୍ରହ କରାଯାଇଥିଲା। ଶତାଧିକ ମହିଳା ପୁରୁଷ ଜଳକଳସକୁ ଶୋଭାଯାତ୍ରାରେ ଆଣି ବ୍ଲକ ପଡିଆ ମଣ୍ଡପରେ ସ୍ଥାପନ କରିଥିଲେ। ପୂର୍ବାହ୍ନରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ନାୟକଙ୍କ ସଭାପତିତ୍ୱ କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡିଆମି, ସମ୍ମାନିତ ଅତିଥି ରୂପେ ଜିଲା ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନସ ମାଡକାମି, ମାଲକାନଗିରି ବିଧାୟକ ଆଦିତ୍ୟ ମାଢି, ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଉପଜିଲାପାଳ ରାମେଶ୍ୱର ପ୍ରଧାନ, ତହସିଲ୍‌ଦାର ଗୁଣନିଧି ନାୟକ ଉପସ୍ଥିତ ଥିଲେ। ଦୀର୍ଘ ୧୬ ବର୍ଷ ହେଲା ମାଲ୍ୟବନ୍ତ ମହୋତ୍ସବ ଚାଲିଛି। ଜିଲାବାସୀଙ୍କ ମଧ୍ୟରେ ଭାଇଚାରା, କଳା ସଂସ୍କୃତିର ପୁନରୁଦ୍ଧାର ଏବଂ ଜିଲାର ବିକାଶ ପାଇଁ ଏହି ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଉତ୍ସବ ମାଧ୍ୟମରେ ଜନସାଧାରଣ, ପ୍ରଶାସନ ଓ ଜନ ପ୍ରତିନିଧି ଏକ ହୋଇ ଭାବର ଆଦାନ ପ୍ରଦାନ ସହ ଜିଲାକୁ ଗୋଟିଏ ଡୋରିରେ ବାନ୍ଧି ରଖିବାର ସୁଯୋଗ ପାଇଥାନ୍ତି। ଏବେ ବିକାଶର ସୂର୍ଯ୍ୟ କିରଣ ଜିଲାରେ ଶାନ୍ତି ଫେରାଇ ଆଣିବାରେ ସକ୍ଷମ ହୋଇଛି ବୋଲି ଅତିଥିମାନେ ପ୍ରକାଶ କରିଥିଲେ। ପରେ ନୃତ୍ୟ ଗୀତ ସହ ସିଙ୍ଗବାଦ, ଢେମ୍‌ସା ପରିବେଷଣ ହୋଇଥିଲା। ସୂଚନାଯୋଗ୍ୟ ଯେ, ଗୁରୁବାର ଜିଲାସ୍ତରୀୟ ନୌକା ପ୍ରତିଯୋଗିତା ଅନୁଷ୍ଠିତ ହେବ। ପୂର୍ବରୁ ମୋଟୁ ମୁର୍ଗି ପଏଣ୍ଟର ତ୍ରିବେଣୀ ସଙ୍ଗମ ଘାଟରୁ ଜଳ ସଂଗ୍ରହ ହୋଇ ଏହାକୁ ଆଣି ମାଲକାନଗିରି ଜଗନ୍ନାଥ ମନ୍ଦିରରେ ରଖାଯାଇଛି। ଏହି ଜଳକଳସଗୁଡିକୁ ୭ରେ ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରାରେ ମୁଖ୍ୟମଣ୍ଡପକୁ ନିଆଯିବ। ସେଠାରେ ୩ଦିନ ଧରି ଜିଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ହେବ। ଆଜିର କାର୍ଯ୍ୟକ୍ରମରେ ମାଲକାନଗିରି ବ୍ଲକର ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟାସଭ୍ୟ, ଜିଲା ପରିଷଦ ସଭ୍ୟାସଭ୍ୟାମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri