ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ ପ୍ରଜାମେଳି

ମାଲକାନଗିରି/ ଚିତ୍ରକୋଣ୍ଡା/କୋରୁକୋଣ୍ଡା, ୪।୧୨ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ଆଦିବାସୀଙ୍କ ପ୍ରଜାମେଳି ଦେଖିବାକୁ ମିଳିଛି। ଜୋଡାମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ମଙ୍ଗଳବାର ୫ଶହରୁ ଊର୍ଦ୍ଧ୍ୱ ଆଦିବାସୀ ମହିଳାପୁରୁଷ ୩୧ ଦଫା ଦାବିନେଇ ପ୍ରଜାମେଳି କରି ଏକାଠି ହୋଇଥିଲେ। ଉକ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାରେ ସୁଧାର, ସମସ୍ତଙ୍କୁ ଜଙ୍ଗଲ ଜମି ପଟ୍ଟା, ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି, ଗତଥର ଜଳମଗ୍ନ ହୋଇ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ କ୍ଷତିପୂରଣ, ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟକ୍ଷମ କରିବା, ନାକାମାମୁଡି ପଞ୍ଚାୟତକୁ ୨ ଭାଗ କରି ନୂତନ ପଞ୍ଚାୟତ ଗଠନ, ଛାତ୍ରୀଛାତ୍ରଙ୍କୁ ଜାତିଗତ ପ୍ରମାଣ ପତ୍ର, ସମସ୍ତ ଗ୍ରାମକୁ ପାନୀୟ ଜଳ, ବିଦ୍ୟୁତ୍‌,ପ୍ରତି ପଞ୍ଚାୟତରେ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ ଆଦି ଦାବି ନେଇ ସେମାନେ ଏକାଠି ହୋଇଥିବା ଜଣାପଡିଛି। ସେମାନଙ୍କ ଗତଥରର ଦାବି ଏପର୍ଯ୍ୟନ୍ତ ପୂରଣ ହୋଇନାହିଁ ା ହନ୍ତାଳଗୁଡାରେ ବିଏସ୍‌ଏଫ୍‌ କ୍ୟାମ୍ପ ଓ ଟିକରପଡାରେ ରାସ୍ତା ନିର୍ମାଣକୁ ମଧ୍ୟ ଅଞ୍ଚଳବାସୀ ବିରୋଧ କରିଛନ୍ତି। ହନ୍ତାଳଗୁଡାଠାରେ ବିଏସଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେଲେ ଏହି ଅଞ୍ଚଳର ଆଦିବାସୀଙ୍କ ଧନଜୀବନ ସୁରକ୍ଷିତ ରହିବ ନାହିଁ। ପ୍ରଥମେ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣ କରି ପରେ ମୁଖ୍ୟରାସ୍ତା ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଗୁରୁପ୍ରିୟା ସେତୁ ନିର୍ମାଣ ସତ୍ତ୍ୱେ ଉକ୍ତ ଅଞ୍ଚଳର ବିକାଶ ହୋଇନାହିଁ। ଲୋକେ ଏବେ ମଧ୍ୟ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ମାଲକାନଗିରି ଏସ୍‌ପି ରିଷିକେଷ ଡି. ଖିଲାରି କହିଛନ୍ତି ଯେ, ଲୋକେ ଯଦି ଅଞ୍ଚଳର ବିକାଶ ଚାହୁଁଛନ୍ତି ତାହା ହେଲେ ଉନ୍ନୟନ କାର୍ଯ୍ୟକୁ କାହିଁକି ବିରୋଧ କରୁଛନ୍ତି। ରାସ୍ତା ନିର୍ମାଣ ହେଲେ ଲୋକଙ୍କ ନିକଟରେ ମୌଳିକ ସୁବିଧା ପହଞ୍ଚତ୍ବ। କ୍ୟାମ୍ପ ପ୍ରତିଷ୍ଠା ହେଲେ ମାଓବାଦୀ ଦମନ ସହ ଅଞ୍ଚଳର ବିକାଶ ହୋଇପାରିବ। ପୋଲିସ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳରେ ପାନୀୟ ଜଳଠାରୁ ଆରମ୍ଭ କରି ଯୋଗାଯୋଗ ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା କରିବା ପାଇଁ ଉଦ୍ୟମ କରାଯାଉଛି। ତେବେ କେତେକ ଗଣତନ୍ତ୍ର ବିରୋଧୀ ସଙ୍ଗଠନ ନିରୀହ ଆଦିବାସୀଙ୍କୁ ପୋଲିସ ପ୍ରଶାସନ ବିରୋଧରେ ମତେଇ ଆଦିବାସୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛନ୍ତି ବୋଲି ଖିଲାରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri