ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ମାଲକାନଗିରି,୧।୨(ଡି.ଏନ୍‌.ଏ.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ମାଲକାନଗିରି ଗସ୍ତରେ ଆସି ମାଓବାଦୀ ସମସ୍ୟା ଓ ଦମନ ନେଇ ବୈଠକରେ ଆଲୋଚନା କରିଛନ୍ତି। ପ୍ରଥମେ ସେ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ, ବଡ଼ପଡ଼ା ଓ ଜାନବାଇ ବିଏସ୍‌ଏଫ୍‌ କ୍ୟାମ୍ପକୁ ହେଲିକପ୍ଟର ଯୋଗେ ପରିଦର୍ଶନ କରିଥିଲେ। ପରେ ବିଏସ୍‌ଏଫ୍‌ର ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ମାଓବାଦୀଙ୍କ ଉପସ୍ଥିତି ଓ ସମସ୍ୟା ଉପରେ ସମୀକ୍ଷା କରିଛନ୍ତି। ଏଥିସହ ସଂପୃକ୍ତ ଅଞ୍ଚଳରେ ମାଓବାଦୀ ଦମନ, କୁମ୍ବିଂ ଅପରେଶନ ଜୋରଦାର କରିବା ସହ ସ୍ବାଭିମାନ ଅଞ୍ଚଳର ବିକାଶ କାର୍ଯ୍ୟ ତ୍ୱରାନ୍ବିତ  ଉପରେ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ସଦର) ବିନୟତୋଷ ମିଶ୍ର, ଗୋଇନ୍ଦା ବିଭାଗର ନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି , ଗୋଇନ୍ଦା ବିଭାଗର ସ୍ବତନ୍ତ୍ର ନିର୍ଦ୍ଦେଶକ ରାଧା କିଷ୍ଣନ ଶର୍ମା, ଆଇଜି ଆଧୁନିକୀକରଣ ରେଖା ଲୋହାନୀ, ଆଇ.ଜି ଅପରେଶନ ଅମିତାଭ ଠାକୁର, ଡିଆଇଜି ଏସ୍‌ଆଇଡବ୍ଲ୍ୟୁ ଅନିରୁଦ୍ଧ ସିଂ, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ ଅହମ୍ମଦ କେ, ମାଲକାନଗିରି ଏସ୍‌ପି ଋଷିକେଶ ଡି. ଖିଲାରୀଙ୍କ ସମେତ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri