ମାଲକାନଗିରିରେ ୪ ପୋଲ, ମୋଟୁ ଆପ୍ରୋଚ ରାସ୍ତା ନିର୍ମାଣ: ଗଡ଼କରୀଙ୍କୁ ଦାବି ପତ୍ର ପ୍ରଦାନ କଲେ ଏମ୍‌ପି

ମାଲକାନଗିରି, ୨୨।୧୦(ଡି.ଏନ୍‌.ଏ.)- ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି ମାଲକାନଗିରି ଜିଲାର ମାଲକାନଗିରି-କାଲିମେଳା ଜାତୀୟ ରାଜପଥରେ ୪ ଟି ଉଚ୍ଚ ସମ୍ପନ୍ନ ପୋଲ ଓ ମୋଟୁସ୍ଥିତ ସିଲେରୁ ନଦୀରେ ନିର୍ମିତ ପୋଲିକୁ ସଂଯୋଗ ପାଇଁ ଆପ୍ରୋଚ ରାସ୍ତା ନିର୍ମାଣ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନିତିନ ଗଡ଼ଗରୀଙ୍କୁ ମଙ୍ଗଳବାର ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ମାଲକାନଗିରି ଜିଲା ଦେଇ ଯାଇଥିବା ବିଜୟୱାଡ଼ା-ରାଞ୍ଚି କରିଡରର ମୋଟୁସ୍ଥିତ ସିଲେରୁ ନଦୀରେ ଆନ୍ଧ୍ର ସରକାର ଏକ ପୋାଲ ନିର୍ମାଣ କରିଥିବା ବେଳେ ଏହାକୁ ସଂଯୋଗ ପାଇଁ ୩୩୫ ମିଟର ଆପ୍ରୋଚ ରାସ୍ତା ଶୀଘ୍ର ନିର୍ମାଣ କରିବା ପାଇଁ ଗଡଗରୀଙ୍କୁ ମାଝି ଅନୁରୋଧ କରିଛନ୍ତି। ଏଥିସହ ମାଲକାନଗିରିଠାରୁ କାଲିମେଳା ମଧ୍ୟରେ ପୂର୍ବରୁ ନିର୍ମିତ ପୋଲର ଉଚ୍ଚତା କମ୍‌ ଥିବାରୁ ବର୍ଷା ଦିନେ ଏହି ୪ ଟି ପୋଲ ଉପର ଦେଇ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଯାନବାହାନ ଚଳାଚଳରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ମାଲକାନଗିରିଠାରୁ କାଲିମେଳା ମଧ୍ୟରେ ଥିବା ଏମ.ଭି-୬୪ ଗ୍ରାମଠାରୁ କାଙ୍ଗୁରୁକୋଣ୍ଡା ଗ୍ରାମ, ପୋଟେରୁ ଗ୍ରାମଠାରୁ ଏମ.ଭି-୬୪ ଗ୍ରାମ, ଏମ.ଭି-୯୦ ଗ୍ରାମଠାରୁ ଏମ.ଭି-୧୨୬ ଗ୍ରାମ ଓ ଏମ.ଭି-୭୨ ଗ୍ରାମଠାରୁ ଏମ.ଭି-୯୬ ଗ୍ରାମ ମଧ୍ୟରେ ଥିବା ନାଳ ଉପରେ ଅଧିକ ଉଚ୍ଚତା ବିଶିଷ୍ଟ ପୋଲ ନିର୍ମାଣ କରିବାକୁ ଅନୁରୋଧ କରିଛନ୍ତି ା ଗଡକରୀ ଶୀଘ୍ର ଏହି ରାସ୍ତା ଓ ପୋଲ ନିର୍ମାଣ ପାଇଁ ପଦକ୍ଷେପ ଗ୍ରହଣ କରିବେ ବୋଲି ମାଝିଙ୍କୁ ପ୍ରତଶ୍ରୁତି ଦେଇଛନ୍ତିି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri