ମାଲକାନଗିରିରେ ୪ ପୋଲ, ମୋଟୁ ଆପ୍ରୋଚ ରାସ୍ତା ନିର୍ମାଣ: ଗଡ଼କରୀଙ୍କୁ ଦାବି ପତ୍ର ପ୍ରଦାନ କଲେ ଏମ୍‌ପି

ମାଲକାନଗିରି, ୨୨।୧୦(ଡି.ଏନ୍‌.ଏ.)- ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି ମାଲକାନଗିରି ଜିଲାର ମାଲକାନଗିରି-କାଲିମେଳା ଜାତୀୟ ରାଜପଥରେ ୪ ଟି ଉଚ୍ଚ ସମ୍ପନ୍ନ ପୋଲ ଓ ମୋଟୁସ୍ଥିତ ସିଲେରୁ ନଦୀରେ ନିର୍ମିତ ପୋଲିକୁ ସଂଯୋଗ ପାଇଁ ଆପ୍ରୋଚ ରାସ୍ତା ନିର୍ମାଣ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନିତିନ ଗଡ଼ଗରୀଙ୍କୁ ମଙ୍ଗଳବାର ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ମାଲକାନଗିରି ଜିଲା ଦେଇ ଯାଇଥିବା ବିଜୟୱାଡ଼ା-ରାଞ୍ଚି କରିଡରର ମୋଟୁସ୍ଥିତ ସିଲେରୁ ନଦୀରେ ଆନ୍ଧ୍ର ସରକାର ଏକ ପୋାଲ ନିର୍ମାଣ କରିଥିବା ବେଳେ ଏହାକୁ ସଂଯୋଗ ପାଇଁ ୩୩୫ ମିଟର ଆପ୍ରୋଚ ରାସ୍ତା ଶୀଘ୍ର ନିର୍ମାଣ କରିବା ପାଇଁ ଗଡଗରୀଙ୍କୁ ମାଝି ଅନୁରୋଧ କରିଛନ୍ତି। ଏଥିସହ ମାଲକାନଗିରିଠାରୁ କାଲିମେଳା ମଧ୍ୟରେ ପୂର୍ବରୁ ନିର୍ମିତ ପୋଲର ଉଚ୍ଚତା କମ୍‌ ଥିବାରୁ ବର୍ଷା ଦିନେ ଏହି ୪ ଟି ପୋଲ ଉପର ଦେଇ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଯାନବାହାନ ଚଳାଚଳରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ମାଲକାନଗିରିଠାରୁ କାଲିମେଳା ମଧ୍ୟରେ ଥିବା ଏମ.ଭି-୬୪ ଗ୍ରାମଠାରୁ କାଙ୍ଗୁରୁକୋଣ୍ଡା ଗ୍ରାମ, ପୋଟେରୁ ଗ୍ରାମଠାରୁ ଏମ.ଭି-୬୪ ଗ୍ରାମ, ଏମ.ଭି-୯୦ ଗ୍ରାମଠାରୁ ଏମ.ଭି-୧୨୬ ଗ୍ରାମ ଓ ଏମ.ଭି-୭୨ ଗ୍ରାମଠାରୁ ଏମ.ଭି-୯୬ ଗ୍ରାମ ମଧ୍ୟରେ ଥିବା ନାଳ ଉପରେ ଅଧିକ ଉଚ୍ଚତା ବିଶିଷ୍ଟ ପୋଲ ନିର୍ମାଣ କରିବାକୁ ଅନୁରୋଧ କରିଛନ୍ତି ା ଗଡକରୀ ଶୀଘ୍ର ଏହି ରାସ୍ତା ଓ ପୋଲ ନିର୍ମାଣ ପାଇଁ ପଦକ୍ଷେପ ଗ୍ରହଣ କରିବେ ବୋଲି ମାଝିଙ୍କୁ ପ୍ରତଶ୍ରୁତି ଦେଇଛନ୍ତିି ା


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri