ମାଲବାହୀ ଟ୍ରକ୍‌ ଧକ୍କାରେ ଜଣେ ମୃତ

ଜଳେଶ୍ବର, ୩୦।୮: ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନଛିମପୁର ପଞ୍ଚାୟତ ଦେଉଳା ଗ୍ରାମର ବିମଳ ଜେନା(୪୮)।
ପ୍ରକାଶ ଯେ, ବିମଳ ୬୦ ନମ୍ବର ଜାତୀୟ ରାଜପଥର ତନଖି ଫାଟକ ନିକଟରେ ଛିଡ଼ା ହୋଇଥିବା ବେଳେ ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଏକ ମାଲବାହୀ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକେ ତାଙ୍କୁ ଜଳେଶ୍ବରସ୍ଥିତ ଗୋପୀକିଶନ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଏବଂ ହେଲପର ଫେରାର ହୋଇଯାଇଥିବା ବେଳେ ପୋଲିସ ଟ୍ରକକୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri