Posted inଖେଳ

ମାଲିଙ୍ଗା ମ୍ୟାଜିକ୍‌: ଶ୍ରୀଲଙ୍କାର ସାନ୍ତ୍ୱନାମୂଳକ ବିଜୟ

ପାଲିକେଲ,୭।୯- ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଘରୋଇ ଶ୍ରୀଲଙ୍କା ୩୭ ରନରେ ବିଜୟୀ ହୋଇଛି। ପ୍ରଥମ ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇ ସିରିଜ ହାତଛଡ଼ା କରିଥିବା ଶ୍ରୀଲଙ୍କ ଏହି ମୁକାବିଲା ଜିତି ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି। ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୨୫ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୬ ଓଭରରେ ୮୮ ରନ କରି ଅଲଆଉଟ ହେବା ସହ ପରାସ୍ତ ହୋଇଛି। ପରାଜୟ ସତ୍ତ୍ୱେ ନ୍ୟୁଜିଲାଣ୍ଡ ୨-୧ରେ ସିରିଜ ବିଜୟୀ ହୋଇଛି। ହ୍ୟାଟ୍ରିକ ନେବା ସହ ମାତ୍ର ୬ ରନରେ ୫ ଉଇକେଟ ଅକ୍ତିଆର କରିଥିବା ଶ୍ରୀଲଙ୍କା ଅଭିଜ୍ଞ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ମାଲିଙ୍ଗାଙ୍କ ପ୍ରଦର୍ଶନ ଐତିହାସିକ ଥିଲା।
ନ୍ୟୁଜିଲାଣ୍ଡର ୪ଜଣ ବ୍ୟାଟ୍ସମ୍ୟାନ ହାମିଶ ରଦର୍ଫୋଡ, କଲିନ୍‌ ଡି ଗ୍ରାଣ୍ଡହୋମ, ଅଭିଜ୍ଞ ରସ୍‌ ଟେଲର ଓ ସ୍କଟ କୁଗେଲେଜିନ୍‌ ଖାତା ଖୋଲିପାରି ନ ଥିଲେ। ଓପନର କଲିନ୍‌ ମୁନରୋ ୧୨, ମିଚେଲ ସାଣ୍ଟନର ୧୬ ରନ କରିଥିବା ବେଳେ ଅଧିନାୟକ ଟିମ ସୌଦି ୨୮ ରନ କରି ଅପରାଜିତ ରହିଥିଲେ। ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ଆନ୍ତିମ ଉଇକେଟରେ ସୌଦି ଓ ସେଠ ରାନ୍ସ ୩୬ ବଲରୁ ୩୬ ରନ କରି ଲଢ଼େଇ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଅଭିଜ୍ଞ ଲସିଥ ମାଲିଙ୍ଗା ସର୍ବାଧିକ ୫, ଅକିଲ ଦନଞ୍ଜୟ ୨, ଲକ୍ଷନ ସନ୍ଦକାନ ଓ ଓ୍ବାନିଣ୍ଡୁ ହସରଙ୍ଗା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଦନୁଷ୍କା ଗୁଣତିଲକା ସର୍ବାଧିକ ୩୦, ନିରୋଶାନ ଡିକ୍‌ଓ୍ବେଲା ୨୪, ଲାହିରୁ ମଦୁସନ୍‌କା ୨୦ ରନ କରି ଆଉଟ ହୋଇଥିଲେ। ଓ୍ବାନିଣ୍ଡୁ ହାସରଙ୍ଗା ୧୪ ରନ କରି ଅପରାଜିତ ରହିଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ମିଚେଲ ସାଣ୍ଟନର ଓ ଟୋଡ ଆଶଲେ ୩ଟି ଲେଖାଏ ଏବଂ ସ୍କଟ୍‌ କୁଗେଲେଜିନ୍‌ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୨୦ ଓଭରରେ ୧୨୫/୮
(ଗୁଣତିଲକା- ୩୦, ଡିକ୍‌ଓ୍ବେଲା- ୨୪, ମଦୁସନକା- ୨୦, ସାଣ୍ଟନର- ୩/୧୨, ଆଶଲେ- ୩/୨୮)।
ନ୍ୟୁଜିଲାଣ୍ଡ ୧୬ ଓଭରରେ ୮୮ ଅଲଆଉଟ୍‌
(ସୌଦି- ୨୮*, ସାଣ୍ଟନର- ୧୬, ମୁନ୍‌ରୋ- ୧୨, ମାଲିଙ୍ଗା- ୫/୬, ଦନଞ୍ଜୟ- ୨/୨୮, ସନ୍ଦକାନ- ୧/୩୩, ହାସରଙ୍ଗା- ୧/୧୨)


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri