Posted inଖେଳ

ମାଲେସିଆ ମାଷ୍ଟର୍ସ: ସିନ୍ଧୁ, ସାଇନା, ପ୍ରଣୟ ୨ୟ ରାଉଣ୍ଡରେ

କୁଆଲାଲୁମ୍ପୁର, ୮।୧(ପି.ଟି.): ଭାରତୀୟ ବ୍ୟାଡ୍‌ମିଣ୍ଟନ ତାରକା ପି.ଭି. ସିନ୍ଧୁ, ସାଇନା ନେହ୍ବାଲ ଓ ଏଚ୍‌.ଏସ୍‌. ପ୍ରଣୟ ବିଜୟରୁ ୨୦୨୦ ବର୍ଷ ଆରମ୍ଭ କରିଛନ୍ତି। ବୁଧବାର ଏଠାରେ ଖେଳାଯାଇଥିବା ମାଲେସିଆ ମାଷ୍ଟର୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ସିନ୍ଧୁ, ସାଇନା ଓ ପ୍ରଣୟ ବିଜୟ ହୋଇ ପରବର୍ତ୍ତୀ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ପ୍ରଣୟ ୨୧-୯, ୨୧-୧୭ ସିଧାସଳଖ ଗେମ୍‌ରେ ବିଶ୍ୱ ମାନ୍ୟତାର ୧୦ମ ସ୍ଥାନରେ ରହିଥିବା କାଣ୍ଟା ସୁନେୟାମାଙ୍କୁ ପରାସ୍ତ କରିଥିଲେ। ଏହି ମ୍ୟାଚ୍‌ ଜିତିବାକୁ ତାଙ୍କୁ ୩୪ ମିନିଟ୍‌ ସମୟ ଲାଗିଥିଲା। ଗୁରୁବାର ଦ୍ୱିତୀୟ ରାଉଣ୍ଡରେ ପ୍ରଣୟଙ୍କ ମୁକାବିଲା ବିଶ୍ୱର ଏକ ନମ୍ବର ଖେଳାଳି କେଣ୍ଟୋ ମୋମୋଟାଙ୍କ ସହ ହେବ। ମୋମୋଟା ଅନ୍ୟତମ ଭାରତୀୟ ଶଟ୍‌ଲର ପାରୂପଲ୍ଲୀ କାଶ୍ୟପଙ୍କୁ ୨୧-୧୭, ୨୧-୧୬ ଗେମ୍‌ରେ ପରାସ୍ତ କରି ୨ୟ ରାଉଣ୍ଡରେ ପହଞ୍ଚତ୍ଛନ୍ତି। ପୁରୁଷ ସିଙ୍ଗଲ୍ସ ଅନ୍ୟ ମ୍ୟାଚ୍‌ରେ ଭାରତର ବି. ସାଇ ପ୍ରଣୀଥ୍‌ ଓ କିଡାମ୍ବୀ ଶ୍ରୀକାନ୍ତଙ୍କୁ କିନ୍ତୁ ନିରାଶ ହେବାକୁ ପଡ଼ିଛି। ଉଭୟ ପରାଜୟ ସହ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଅପରପକ୍ଷରେ ମହିଳା ସିଙ୍ଗଲ୍ସରେ ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ସିନ୍ଧୁ ୨୧-୧୫, ୨୧-୧୩ ସିଧାସଳଖ ଗେମ୍‌ରେ ରୁଷିଆର ଏଭଗେନିୟା କୋସେଟସ୍କାୟାଙ୍କୁ ମାତ୍‌ ଦେଇଛନ୍ତି। ସିନ୍ଧୁ ଦ୍ୱିତୀୟ ରାଉଣ୍ଡରେ ଜାପାନର ଆୟା ଓହୋରିଙ୍କୁ ଭେଟିବେ। ସେହିଭଳି ଲଣ୍ଡନ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ୨୧-୧୫, ୨୧-୧୭ରେ ବେଲ୍‌ଜିୟମର ଲିଆନେ ଟାନ୍‌ଙ୍କୁ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri