ମାଲ୍‌ ମହୁ ଜୀବନ ମାଟି

ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ପରଦା ଉପରକୁ ଆସୁଛି ଦ୍ୱିଭାଷୀ-ଓଡ଼ିଆ-ଛତିଶଗଡ଼ୀ ଫିଲ୍ମ ‘ମାଲ ମହୁ ଜୀବନ ମାଟି-ଭାଗ୍ୟର ନୋ ଗ୍ୟାରେଣ୍ଟି’। ଚଳଚ୍ଚିତ୍ରଟି ଚଳିତ ମାସ ୮ରେ ରିଲିଜ ହେଉଛି। ଖାସ୍‌ କଥା ହେଲା, ଏଥିରେ ଦର୍ଶକ ସବ୍ୟସାଚୀଙ୍କୁ ଏକ ଭିନ୍ନ ଭୂମିକାରେ ଦେଖିବାକୁ ପାଇବେ। ଏପରି ଭୂମିକା ସମ୍ପର୍କରେ ସବ୍ୟସାଚୀ କହନ୍ତି, ‘ଏଥିରେ ମୋ ଭୂମିକାଟି ହେଲା ମାଇକେଲ। ସେ ଭଲ ଭାବରେ କଥା କହିପାରେନା। ଯାହା କିଛି କରିବାକୁ ଚାହୁଁଛି ଭାଗ୍ୟ ତାହାର ସାଥ୍‌ ଦେଉନି। ତେଣୁ ସବୁବେଳେ ସେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଯାଉଛି। ହେଲେ ତା’ ଭିତରେ ପ୍ରେମ କରିବସିଛି। ଏଥିରେ ସେ ସଫଳ ହେଉଛି ତ? ଏ ସବୁର ଉତ୍ତର ରହିଛି ଉକ୍ତ ସିନେମାରେ। ମୋଟ ଉପରେ ଏହାର କାହାଣୀରେ ନୂତନତ୍ୱ ରହିଛି।’ ଅପରପକ୍ଷରେ ଏହି ଫିଲ୍ମରେ ସଂଯୋଜିତ ଗୀତ ‘ମଲ୍ଲିକା ଚାଲ ଯିବା ଚିଲିକା’ ବେଶ୍‌ ଭାଇରାଲ ହୋଇସାରିଲାଣି। ଡ. ନିର୍ମଳ ନାୟକଙ୍କ ରଚିତ ଏହି ଗୀତଟିକୁ ସ୍ବରାୟିତ କରିଛନ୍ତି ଅଭିଜିତ ମଜୁମଦାର। କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର ଏବଂ ସୋନାଲି ନନ୍ଦ। ଲେଡି ବାର୍ଡ ଏଣ୍ଟରଟେନ୍‌ମେଣ୍ଟ ସହାୟତା ତଥା ଆମ୍‌ରା ମ୍ୟୁଜିକ୍‌ ବ୍ୟାନରରେ ଏହାକୁ ପ୍ରସ୍ତୁତ କରାଯାଇଛି। ଏହାର ଗୀତ ସହ ସଂଳାପ ରଚନା କରିଛନ୍ତି ଡ. ନିର୍ମଳ ନାୟକ। ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ରମେଶ ରାଉତ। ସବ୍ୟସାଚୀ-ଏଲିନାଙ୍କ ବ୍ୟତୀତ ଏହି ଫିଲ୍ମରେ ସଲିଲ ମିତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ବିଦୁସ୍ମିତା, ଲଭ୍‌ଲି, ପଦ୍ମଶ୍ରୀ ଅଞ୍ଜୁ ଶର୍ମା, ବିଜୁ ବଡ଼ଜେନା, ଅମର ପ୍ରମୁଖ କଳାକାର ଅଭିନୟ କରିଛନ୍ତି। ଖାସ୍‌ କଥା ହେଲା, ଗାୟିକା ଅସୀମା ପଣ୍ଡା ଏହି ଫିଲ୍ମରୁ ନିଜର ବଡ଼ ପରଦା ଆକ୍ଟିଂ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ତେବେ ଏହି ଫିଲ୍ମଟିକୁ ନେଇ ବେଶ୍‌ ଆଶା ବାନ୍ଧିଥିବା ସବ୍ୟସାଚୀ ଦର୍ଶକଙ୍କୁ ନିଜ ଅଭିନୟରେ କେତେ ମତୁଆଲା କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri