ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀର ଏନ.ବାଳକୃଷ୍ଣ ରେଡ୍ଡୀ (୩୫)। ୯ ଜଣ ଯୁବକଙ୍କଠାରୁ ୫ ଲକ୍ଷ ୮୫ ହଜାର ଟଙ୍କା ବାଳକୃଷ୍ଣ ଠକେଇ କରିଛନ୍ତି। ମାମଲା ନମ୍ବର ୨୦୮/୧୯ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ବାଳକୃଷ୍ଣ ଗତ କିଛିମାସ ତଳେ ଲାଞ୍ଜିପଲ୍ଲୀରେ ଏକ ଅଫିସ କରିଥିଲେ। ଅନଲାଇନ ଜରିଆରେ ମାଲଦୀପରେ ବେକାର ଯୁବକଙ୍କ ଚାକିରି କରାଇଦେବେ ବୋଲି ସେ ଗୋଳନ୍ଥରା ଥାନା ମାର୍କଣ୍ଡି ଗ୍ରାମର କୈଳାସ ସେଠୀଙ୍କୁ କହିଥିଲେ। ଏଥିପାଇଁ ଜଣ ପିଛା ୬୦ ହଜାର ଟଙ୍କା ଦେବାକୁ କହିଥିଲେ। ପରେ ବାଳକୃଷ୍ଣ ୯ ଯୁବକଙ୍କ ଠାରୁ ୫ ଲକ୍ଷ ୮୫ ହଜାର ଟଙ୍କା ଠକି ନେଇଯାଇଥିଲେ। ଗତ ମାସରେ ଯୁବକମାନଙ୍କୁ ଭୁବନେଶ୍ୱର ନେଇ ନକଲି ଭିସା ଧରାଇ ସେଠାରୁ ସେ ଖସି ଆସିଥିଲେ। ପରେ ଯୁବକମାନେ ଠକେଇର ଶିକାର ହୋଇଥିବା ଜାଣିବାରୁ ବାଳକୃଷ୍ଣଙ୍କ ସହ ଯୋଗାଯୋଗ କରିଥିଲେ। ହେଲେ ଯୁବକମାନଙ୍କୁ ସେ ଧମକଚମକ ଦେଇଥିଲେ। ଗୁରୁବାର ମାର୍କଣ୍ଡି ଗ୍ରାମର କୈଳାସ ଏ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri