Posted inଜାତୀୟ

ମାଳଦ୍ୱୀପରେ କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ନୂଆଦିଲ୍ଲୀ,୨ା୯:ମାଳଦ୍ୱୀପ ପାର୍ଲାମେଣ୍ଟରେ ରବିବାର ଅନୁଷ୍ଠିତ ଚତୁର୍ଥ ଦକ୍ଷିଣ ଏସିଆ ବାଚସ୍ପତି ସମ୍ମିଳନୀରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଏହାକୁ ନେଇ ହଟ୍ଟଗୋଳ ହୋଇଛି। ସମିଟ୍‌ରେ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ଉପରେ ଆଲୋଚନା ଚାଲିଥିବାବେଳେ ପାକ୍‌ ଉପବାଚସ୍ପତି କାସିମ୍‌ ସୁରି ୩୭୦ ଉଚ୍ଛେଦ ପରବର୍ତ୍ତୀ କଶ୍ମୀର ସ୍ଥିତି ସମ୍ପର୍କରେ କହିଥିଲେ। ଏହାର ଜବାବରେ ରାଜ୍ୟ ସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ କହିଥିଲେ, ୧୯୭୧ରେ ବାଂଲାଦେଶ ଗଣହତ୍ୟାରେ ସମ୍ପୃକ୍ତ ଓ ବେଆଇନ ଭାବେ ପିଓକେକୁ ଦଖଲ କରିଥିବା ଦେଶର ଅନ୍ତର୍ଜାତୀୟ ସ୍ତରରେ ଏଭଳି ପ୍ରସଙ୍ଗ ଉଠାଇବାର ନୈତିକ ଅଧିକାର ନାହିଁ। ଏଭଳି ଏକ ଫୋରମରେ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ଉଠାଇବାକୁ ସେ ଦୃଢ଼ ବିରୋଧ କରିଥିଲେ। ସମିଟ୍‌ର ଲକ୍ଷ୍ୟଠାରୁ ଦୂରେଇ ଯାଇ ଅନ୍ୟାନ୍ୟ ପ୍ରସଙ୍ଗ ଉଠାଇ ଏହାକୁ ରାଜନୀତିକରଣ କରାଯାଇପାରିବ ନାହିଁ। ଏସ୍‌ଡିଜି ଆଲୋଚନାବେଳେ ପାକିସ୍ତାନ ଉଠାଇଥିବା ପ୍ରସଙ୍ଗକୁ ସ୍ଥାନ ଦିଆଯାଇପାରିବ ନାହିଁ ବୋଲି ସେ କହିଥିଲେ। ଏହି ସମିଟରେ ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେଇଥିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା।
ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଦୁଇଦେଶ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ପାକିସ୍ତାନ ଏହାକୁ ବିଭିନ୍ନ ଅନ୍ତର୍ଜାତୀୟ ଫୋରମରେ ଉଠାଇବାକୁ ଉଦ୍ୟମ ଚଳାଇଥିବାବେଳେ ଏହା ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି ଭାରତ କହିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri