ମାଷ୍ଟର ମାଇଣ୍ଡଙ୍କ ସମେତ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ/ଦିଗପହଣ୍ଡି, ୫ା୧୨(ଡି.ଏନ.ଏ.)-ବ୍ରହ୍ମପୁର ଅବକାରୀ ବିଭାଗ ଷ୍ଟ୍ରାଇକିଂ ଫୋର୍ସ ଓ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା-ଭୀଷ୍ମଗିରି ଛକ କପିଳେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଥିବା ସ୍ବାଧୀନ ହୋମିଓପାଥି ଦୋକାନରୁ ୫ପେଟିରେ ଥିବା ପ୍ରାୟ ୧୨୦ନକଲି ବିଦେଶୀ ମଦ ଜବତ କରାଯାଇଛି। ଫାସୀଗୁଡା ପଞ୍ଚାୟତ ଜଲମେରୀ ଗଁ। ର ଔଷଧ ଦୋକାନ ମାଲିକ ଅରକ୍ଷିତ ରାଉତଙ୍କୁ ଅଟକ ରଖାଯାଇଛି। ସୂଚନାକୁ ଭିତ୍ତିକରି ସନ୍ଧ୍ୟାରେ ବଡ଼ବଜାର ଥାନା ଅଧୀନ ଆସ୍କା ରୋଡ଼ ପାଣିଗ୍ରାହୀ ପେଣ୍ଠରେ ରହୁଥିବା ବୃନ୍ଦାବନ ସାହୁଙ୍କ ବାସଭବନରେ ଚଢାଉ କରିଥିଲେ। ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ, ସ୍ପିରିଟ, କେମିକାଲ, ପ୍ୟାକିଙ୍ଗ ମେଶିନ, ନାମୀ କମ୍ପାନୀର ଷ୍ଟିକର, ଖାଲି ମଦ ବୋତଲ, ଠିପି ପ୍ରଭୃତି ଦେଖିଥିଲେ। ସେଠାରେ ଥିବା ମାଷ୍ଟର ମାଇଣ୍ଡ ଅନିଲ ସାହୁ, ତାଙ୍କ ବାପା ବୃନ୍ଦାବନ ସାହୁ, ସହଯୋଗୀ କବିସୂର୍ଯ୍ୟନଗର ଅଞ୍ଚଳର ରାଜା ଗୌଡଙ୍କୁ ଅବକାରୀ କର୍ମଚାରୀମାନେ ଗିରଫ କରି ଜେରା ଚଳାଇଛନ୍ତି। ଏଠାରେ ନକଲି ବିଦେଶୀ ମଦ ପ୍ରସ୍ତୁତ ହେବା ପରେ ଆସିକା, ଦିଗପହଣ୍ଡି, ଚିକିଟି, ପାତ୍ରପୁର, ଛତ୍ରପୁର, ଭଞ୍ଜନଗର ସମେତ ବିଭିନ୍ନ ଅଞ୍ଚଳକୁ ଚୋରାଚାଲାଣ କରାଯାଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ବ୍ରହ୍ମପୁର ସଦର ଅବକାରୀ ଇନ୍ସପକ୍ଟର ରୋଶନ ଇସୁ ହଁାସଦା କହିଛନ୍ତି। ଅନିଲଙ୍କୁ ୬ ମାସ ପୂର୍ବେ ଛତ୍ରପୁର ଅଞ୍ଚଳରୁ ଚୋରା ବିଦେଶୀ ମଦ ସହ ଗିରଫ କରାଯାଇଥିଲା। ଏହି ଚଢାଉରେ ଅବକାରୀ ଇନ୍ସପେକ୍ଟର ଶ୍ରୀଧର ମହାନ୍ତ ଓ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri