ମାଷ୍ଟରକ୍ୟାଣ୍ଟିନ ଛକରେ ଆତଙ୍କ: ଅଟୋରୁ ମିଳିଲା ୪ ବୋମା ଓ ବନ୍ଧୁକ, ଜଣେ ଗିରଫ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଚାଲିଛି ବିଧାନସଭା ଅଧିବେଶନ। ମାଷ୍ଟରକ୍ୟାଣ୍ଟିନ ଛକରୁ ପିଏମ୍‌ଜି ଛକ ଯାଏ ପୋଲିସ ଛାଉଣୀ। ଏପରିକି ପିଏମ୍‌ଜିରେ ପ୍ରତିଦିନ ଏକାଧିକ ସଂଗଠନ ବିଭିନ୍ନ ଦାବି ନେଇ ଧାରଣାରେ ବସିଛନ୍ତି। ସେମାନଙ୍କୁ ମଧ୍ୟ ପୋଲିସ ଜଗିଛନ୍ତି। ଏତେ ସୁରକ୍ଷା ମଧ୍ୟରେ ମାଷ୍ଟରକ୍ୟାଣ୍ଟିନ ଛକରେ ଶନିବାର ଅପରାହ୍ନରେ ଆତଙ୍କ ଖେଳିଯାଇଥିଲା। କାରଣ କଂଗ୍ରେସ ଭବନ ନିକଟରୁ ଏକ ନମ୍ବର ବିହୀନ ଅଟୋରୁ ୪ଟି ବୋମା, ଗୋଟିଏ ବନ୍ଧୁକ ଜବତ କରାଯାଇଛି। ଏଥିସହ କ୍ରିଷ୍ଣା ରାଓ ନାମକ ଜଣେ ଯୁବକକୁ କ୍ୟାପିଟାଲ ଥାନା ପୋଲିସ ଅଟକ ରଖିଛି। ଯୁବକ ଜଣକ ଅଟୋରେ ବୋମାକୁ କୁଆଡ଼େ ନେଉଥିଲେ। ପିଏମ୍‌ଜି ଛକରେ କିଛି ଅଘଟଣା ଘଟାଇଥାନ୍ତେ କି। ଏନେଇ ବିଭିନ୍ନ ପ୍ରଶ୍ନ ଉଠୁଛି। ଏସବୁ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ପୋଲିସ ଉକ୍ତ ଯୁବକକୁ ପଚରାଉଚରା କରୁଛି। ଏହାସହ ଜବତ ଅଟୋଟି କାହାର ତାହାର ମଧ୍ୟ ପୋଲିସ ଖୋଳତାଡ କରୁଛି।

ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୩ଟା ସମୟରେ ମାଷ୍ଟରକ୍ୟାଣ୍ଟିନ ଛକର ଗ୍ରୀନ୍‌ ଚିଲି ନିକଟରେ ଏକ ନମ୍ବର ବିହୀନ ଅଟୋରେ ବୋମା ଓ ବନ୍ଧୁକ ଥିବା ନେଇ କେହି ଜଣେ ପୋଲିସକୁ ଫୋନରେ କହିଥିଲା। ତୁରନ୍ତ ଏକ ପୋଲିସ ଟିମ୍‌ ସେଠାରେ ପହଞ୍ଚି ଅଟୋକୁ ଖୋଜିବାରେ ଲାଗିଥିଲେ। ଶେଷରେ ଅଟୋକୁ ପାଇବା ପରେ ସେଥିରୁ ବୋମା ଓ ବନ୍ଧୁକ ଜବତ କରାଯାଇଥିଲା। ଏହାସହ ଅଟୋ ନିକଟରେ ଥିବା କ୍ରିଷ୍ଣାଙ୍କୁୁ ପୋଲିସ କାବୁ କରି ନେଇଥିଲା। ସେ ଏସବୁ ବୋମା ଆଣିଥିବା ସ୍ବୀକାର କରିଥିବା କ୍ୟାପିଟାଲ ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ କହିଛନ୍ତି। କ୍ରିଷ୍ଣାଙ୍କ ନାମରେ ଏକାଧିକ ମାମଲା ରହିଥିବା ପୋଲିସ ଅନୁମାନ କରି ଖୋଳତାଡ କରୁଛି। ଅନ୍ୟପଟେ ଫୋନ୍‌ ଖବର ଦେଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ପୋଲିସ ତଦନ୍ତ ଚଳାଇଛି। ତଦନ୍ତରେ ବାଧା ସୃଷ୍ଟିହେବା ଆଶଙ୍କା ଥିବାରୁ କ୍ରିଷ୍ଣା ଓ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ଦେବାକୁ ଥାନା ଅଧିକାରୀ ଚକ୍ରବର୍ତ୍ତୀ ମନା କରିଥିଲେ। ରିପୋର୍ଟ ପ୍ରସ୍ତୁତି ସୁଦ୍ଧା ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri