ମାସକ ମଧ୍ୟରେ କାର୍ଯ୍ୟକାରୀ ହେବ ‘ସଫା ଆପ୍‌’

ବ୍ରହ୍ମପୁର ଅଫିସ,୨୦ା୯- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ର ସ୍ବତନ୍ତ୍ର ସାଧାରଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ନିଗମ ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସହରର ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଥିଲାା ଆବର୍ଜନାକୁ ବିଏମ୍‌ସି ଗାଡିଦ୍ୱାରା ସଂଗ୍ରହ କରିବାକୁ ‘ସଫା ଆପ’ ନାମରେ ଏକ ନୂତନ ଆପ ଡେପଲପ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଆପ ଆସନ୍ତା ଏକ ମାସ ମଧ୍ୟରେ ବିଏମ୍‌ସି ପକ୍ଷରୁ କାର୍ଯ୍ୟକାରୀ କରାଯିବା ନେଇ ଜିଲାପାଳ ସୂଚାଇଥିଲେ। ଏହା ମାଧ୍ୟମରେ ବିଏମ୍‌ସି ଦ୍ୱାରା ଡୋର ଟୁ ଡୋର ଆବର୍ଜନା ସଂଗ୍ରହ ପାଇଁ ବୁଲୁଥିବା ଗାଡିକୁ ବାଦ ଦେଇ ଯେ କୌଣସି ସମୟରେ ସହରବାସୀ ଗାଡି ବୁକ୍‌ କରି ନିଜର ଆବର୍ଜନା ଦେଇପାରିବେ ବୋଲି କୁହାଯାଇଥିଲା। ଏହା ବ୍ୟତୀତ ଆସନ୍ତା ଦିନରୁ ଆଇସିଟି ମାଧ୍ୟମରେ ସରକାରୀ ସଫେଇ କର୍ମଚାରୀଙ୍କ ଉପସ୍ଥାନ ନିଆଯିବା ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଘର ମଧ୍ୟରେ ଆବର୍ଜନା କମ୍ପୋଷ୍ଟିଂ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କୁ ବିଏମ୍‌ସି ପକ୍ଷରୁ ମାସିକ ୨୫ ଟଙ୍କା ପ୍ରଦାନ କରାଯିବା ସହ ବର୍ଜ୍ୟବସ୍ତୁ ପରିଚାଳନା-୨୦୧୬ ନିୟମାନୁଯାୟୀ ଆବର୍ଜନା ସଂଗ୍ରହ ପାଇଁ ଘର ପିଛା ମାସିକ ୫୦ ଟଙ୍କାର ୟୁଜର ଫି ଲାଗୁ କରାଯିବା ନେଇ ପ୍ରସ୍ତାବ ଗୃହୀତ ହୋଇଥିଲା। ଏଥିପାଇଁ ପ୍ରତିଘରକୁ ବାରକୋଡ ପ୍ରଦାନ କରାଯିବାକୁ ସୂଚାଯାଇଥିଲା। ଚଳିତ ବର୍ଷ ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ ପାଇଁ ଆସନ୍ତା ଅକ୍ଟୋବର ୧୫ ରୁ ପ୍ରକ୍ରିୟା ଆରମ୍ଭ ହେବ।
ଏଥିପାଇଁ ସ୍ବଚ୍ଛତା ଆପ୍‌ ଜରିଆରେ ଜନସାଧାରଣଙ୍କୁ ଅଭିଯୋଗ ଦାଖଲ କରିବା ଦିଗରେ ସଚେତନତ କରାଯିବା ଉପରେ ଗୁରୁ୍‌ତ୍ୱ ଦିଆଯାଇଥିଲାା
ତେବେ ୨୪ ଘଣ୍ଟା ମଧ୍ୟରେ ଆପ୍‌ ଦ୍ୱାରା ଆସିଥିବା ଅଭିଯୋଗର ସମାଧାନ କରାଯିବା ଦିଗରେ ବିଏମ୍‌ସି ଅସଫଳ ହେଲେ ଉକ୍ତ ଅଭିଯୋଗକାରୀଙ୍କୁ ନିଗମ ପକ୍ଷରୁ ୨୦୦ ଟଙ୍କା ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ବସ୍ତି ଉନ୍ନୟନ ଅଧିକାରୀ ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ରଞ୍ଜିତ ପାତ୍ରଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri