ମାସିକିଆ ରିପୋର୍ଟ ପ୍ରଦାନ କଲେ ମନ୍ତ୍ରୀ

ଭୁବନେଶ୍ୱର,୭ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ମନ୍ତ୍ରୀମାନେ ନିଜ ବିଭାଗ ସମ୍ପର୍କିତ ମାସିକିଆ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ନେଇ ମନ୍ତ୍ରୀମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏଥିସହିତ ସେମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟ ଉଲ୍ଲେଖ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ) ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ବିଭିନ୍ନ ବିଭାଗୀୟ ମନ୍ତ୍ରୀମାନେ ପୂର୍ବରୁ ଦେଇଥିବା ରିପୋର୍ଟକୁ ତର୍ଜମା କରାଯାଇ ସିଏମ୍‌ଓ ପକ୍ଷରୁ ପରାମର୍ଶ ଦିଆଯାଇଥିବା ଜଣାପଡିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସହାୟତା ତଥା ନିର୍ବାଚନମଣ୍ଡଳୀ ଗସ୍ତରେ ଥିବା କେତେକ ନେତା ଶନିବାର ମାସିକିଆ ରିପୋର୍ଟ ପ୍ରଦାନ କରିବେ ବୋଲି ଜଣାପଡିଛି।
ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ସ୍କୁଲ ଓ ଗଣଶିକ୍ଷା, ଯୋଗାଣ ଓ ଜଳସମ୍ପଦ ବିଭାଗ ସମ୍ପର୍କିତ କାର୍ଯ୍ୟାନ୍ବୟନକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ନିକଟରେ ସ୍କୁଲ ପିଲାଙ୍କ ବସ୍ତାନି ଓଜନ ହ୍ରାସ, କଷ୍ଟ ବିଷୟକୁ ଦେଢ ଘଣ୍ଟା ପାଠପଢା ସମ୍ପର୍କିତ ନିଷ୍ପତ୍ତିକୁ ନେଇ ତୃଣମୂଳରେ କି ପ୍ରତିକ୍ରିୟା ରହିଛି, ସେଥିପ୍ରତି ଦୃଷ୍ଟି ଦିଆଯାଇଛି। ସେହିପରି ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାରୁ ଭୂତ ହିତାଧିକାରୀଙ୍କୁ ବାଦ୍‌ ଦେଇ କିପରି ଭାବେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇପାରିବ, ସେନେଇ ଖାଦ୍ୟ ଯୋଗାଣ ଏବଂ ସମବାୟ ବିଭାଗକୁ ପରାମର୍ଶ ଦିଆଯାଇଛି। ଏକାଧିକ ବୃହତ ଜଳସେଚନ ପ୍ରକଳ୍ପ ଚାଲୁ ରହିଥିଲେ ମଧ୍ୟ ଉଠା ଜଳସେଚନ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ଜଳସମ୍ପଦ ବିଭାଗକୁ କୁହାଯାଇଛି। କାଳିଆ ଯୋଜନା ଅଯୋଗ୍ୟ ହିତାଧିକାରୀଙ୍କୁ ଯାଞ୍ଚ କରି ତାଲିକା ପ୍ରକାଶ ପାଇଁ ବିଭାଗ କାର୍ଯ୍ୟ କରୁଛି। ଅଯୋଗ୍ୟ ହିତାଧିକାରୀଙ୍କ ଯେପରି ସହାୟତା ରାଶି ଟଙ୍କା ଫେରସ୍ତ କରିବେ, ସେଥିନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ ହୋଇଥିବା ଜଣାପଡିଛି। ସମଗ୍ର ପୌରାଞ୍ଚଳରେ ଆଲୋକୀକରଣ, ପରିମଳ ସମ୍ବନ୍ଧୀୟ ସମସ୍ତ ଯୋଜନାକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉନ୍ନୟନ ସମ୍ପର୍କିତ କାର୍ଯ୍ୟ ଜାରି ରହିଛି, ଏଥିସହ ଜଡିତ ଥିବା ପ୍ରତ୍ୟେକ ବିଭାଗ ଶ୍ରୀମନ୍ଦିର ପ୍ରଶାସନ ସହ ଉପଯୁକ୍ତ ସମନ୍ବୟ ରକ୍ଷା କରିବା ପାଇଁ ବିଭାଗ ଓ ବିଭାଗୀୟ ମନ୍ତ୍ରୀଙ୍କୁ ସିଏମ୍‌ଓ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri