ମାସେ ପର୍ଯ୍ୟନ୍ତ ଜନଆନ୍ଦୋଳନ କରିବନି ଭାଜପା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଲାଗି ବିଧାନସଭା ବନ୍ଦ ହେବାକୁ ବିରୋଧ କରୁଥିବା ଭାଜପା ଏବେ ଏହି ମହାମାରୀ ରୋଗକୁ ଦୃଷ୍ଟିରେ ରଖି ଦଳର ସବୁ କାର୍ଯ୍ୟକ୍ରମ ଆସନ୍ତା ଏକ ମାସ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦୀୟ ଦଳ ବୈଠକରେ ଏମ୍‌ପିମାନଙ୍କୁ ନିଜ ନିଜ କ୍ଷେତ୍ରରେ ଜନ ଆନ୍ଦୋଳନ ନ କରି ସଚେତନତା କରିବାକୁ ଆହ୍ବାନ ଦେଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ସାରା ଦେଶରେ ଦଳ ପକ୍ଷରୁ କୌଣସି ପ୍ରକାରର ଜନଆନ୍ଦୋଳନ, ଧାରଣା, ବିକ୍ଷୋଭ ପ୍ରଦର୍ଶନ କରାଯିବ ନାହିଁ। ଓଡ଼ିଶାରେ ଏହିସବୁ ହେବନାହିଁ ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି। ଦଳର ସବୁ କାର୍ଯ୍ୟକର୍ତ୍ତାମାନେ କରୋନା ସଚେତନତା ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବାର କାର୍ଯ୍ୟ କରିବେ। ପ୍ରଦେଶ, ଜିଲା ଏବଂ ମଣ୍ଡଳସ୍ତରର ପଦାଧିକାରୀମାନେ ଟିମ୍‌ ଗଢ଼ି ଜନଜାଗରଣ କାର୍ଯ୍ୟକ୍ରମ କରିବେ ବୋଲି ସମୀର କହିଛନ୍ତି। ସେହିପରି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କଂଗ୍ରେସ ସମସ୍ତ ସାଙ୍ଗଠନିକ କାର୍ଯ୍ୟକ୍ରମକୁ ବାତିଲ୍‌ କରିଛି। କର୍ମୀମାନେ କରୋନା ସମ୍ପର୍କରେ ଠିକ୍‌ ବାର୍ତ୍ତା ପ୍ରଚାର କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri